www.samajalive.in
Monday, December 8, 2025
20.1 C
Bhubaneswar

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ ମଧ୍ୟରୁ ୫ ଜଣଙ୍କ ନାଁରେ ଚାର୍ଜଫ୍ରେମ କରାଯାଇଛି। ବ୍ରହ୍ମପୁର ଏଡିଜେ କୋର୍ଟ-୨ରେ ଚାର୍ଜଫ୍ରେମ ହୋଇଛି। ଆସନ୍ତା ୧୮ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ, ଗତ ୧୫ ଜୁନ ତାରିଖ ଅପରାହ୍ନରେ ବ୍ରହ୍ମପୁରର ଏକ ଶିକ୍ଷାନୁଷ୍ଠାନରେ ଅଧ୍ୟୟନରତ ଜଣେ ଛାତ୍ରୀ ନିଜ ପୁରୁଷବନ୍ଧୁଙ୍କ ସହ ଗୋପାଳପୁର ବୁଲିବାକୁ ଆସିଥିବା ସମୟରେ ଗଣଦୁଷ୍କର୍ମର ଶିକାର ହୋଇଥିଲେ। ବିଡିଏ ଅଧୀନରେ ରହିଥିବା କାଠ ପୋଲ ବୁଲିବାକୁ ଯାଇଥିବାବେଳେ ପ୍ରାୟ ସନ୍ଧ୍ୟା ୭ଟା ବେଳେ ହିଞ୍ଜିଳିକାଟୁ ସମେତ ଅନ୍ୟାନ୍ୟ ଅଞ୍ଚଳର ୧୦ ଜଣ ଯୁବକ ୩ଟି ମୋଟରସାଇକେଲରେ ଆସି ଛାତ୍ରୀଙ୍କୁ ଅସଦାଚରଣ କରିଥିଲେ। ପୁରୁଷବନ୍ଧୁ ସେମାନଙ୍କୁ ପ୍ରତିବାଦ କରିବାରୁ ଅଭିଯୁକ୍ତମାନେ ତାଙ୍କୁ ମାଡ଼ ମାରି ବାନ୍ଧିଦେବା ସହିତ ଯୁବତୀଙ୍କୁ ଦୁଷ୍କର୍ମ କରିଥିଲେ। ସେହିଦିନ ରାତି ୧୧ଟାରେ ପୀଡ଼ିତା ଯୁବତୀ ଥାନାରେ ପହଞ୍ଚି ଅଭିଯୋଗ କରିଥିଲେ ‌। ଏହା ପରେ ପୁଲିସ ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲା।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories