www.samajalive.in
Monday, December 8, 2025
17.1 C
Bhubaneswar

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ । ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ। ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କାର ଠକେଇ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୩ ଲକ୍ଷ ୨୯ ହଜାର ଟଙ୍କା ସହ ୫ଟି ମୋବାଇଲ ଓ ୨ଟି ବାଇକ୍‌ ଜବତ ହୋଇଛି।

ଅତି ଚତୁରତାର ସହ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀ ବ୍ରହ୍ମପୁର ଅଞ୍ଚଳର ଜଣେ ବ୍ୟକ୍ତିଙ୍କଠାରୁ ସୁନା ବେପାର ନାଁରେ ତାଙ୍କୁ ନୀଳଗିରି ଅଞ୍ଚଳକୁ ଡକାଇ ସୁନା ବିସ୍କୁଟ ଦେଖାଇବା ସହ କ୍ରେତା ଜଣଙ୍କର ଡିଲ୍‌ ହୋଇଥିଲା। ପରେ କ୍ରେତା ଏହାକୁ କିଣିବା ପାଇଁ ନୀଳଗିରି ଅଞ୍ଚଳକୁ ଆସିଥିଲେ। ସେମାନେ ସମ୍ପୃକ୍ତ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଛଡ଼ାଇ ଫେରାର ହୋଇ ଯାଇଥିଲେ। ଏ ନେଇ ସମ୍ପୃକ୍ତ ବ୍ୟକ୍ତି ଜଣକ ନୀଳଗିରି ଥାନାରେ ଅଭିଯୋଗ କରିଥିଲେ। ପୁଲିସ୍‌ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories