www.samajalive.in
Tuesday, December 9, 2025
23.1 C
Bhubaneswar

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର । ଅଳ୍ପକେ ବର୍ତ୍ତିଲେ ପରିବାର । ଦେବଗଡ଼ ଜିଲ୍ଲା ବାରକୋଟ ଅଞ୍ଚଳରେ ବିଳମ୍ବିତ ରାତିରେ ଗ୍ୟାସ ସିଲିଣ୍ଡର ଫାଟି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡ ରେ ପରିବାର କାହାର କ୍ଷତି ହୋଇ ନଥିବା ଜଣା ପଡ଼ିଛି । ସୂଚନା ଅନୁସାରେ ବାରକୋଟ ଅଞ୍ଚଳର ଅନୂଲ୍ୟ ନାଥଙ୍କ ଘର ଭିତରେ ବିଳମ୍ବିତ ରାତିରେ ଗ୍ୟାସ୍ ସିଲିଣ୍ଡର ଫାଟି ଅଗ୍ନିକାଣ୍ଡ ଘଟିଥିଲା । ଭାଗ୍ୟବଶତଃ ଏଥିରେ ପରିବାର କୌଣସି କ୍ଷତି ହୋଇନାହିଁ । ଗ୍ୟାସ ସିଲିଣ୍ଡରଟି ଘର ସମ୍ମୁଖ ପୋର୍ଟିକୋରେ ରହିଥିବା ବେଳେ ବିଳମ୍ବିତ ରାତିରେ ନିଆଁ ଲାଗି ଫାଟିଯାଇଛି । ନିଆଁ ଲାଗିବାର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି । ଅଗ୍ନିକାଣ୍ଡ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି । ବିଷ୍ପୋରଣରେ ଘର କାନ୍ଥର ପ୍ଳାଷ୍ଟର ଛାଡ଼ି ଯାଇଛି । ଅଗ୍ନିକାଣ୍ଡରେ କାର ଓ ବାଇକ୍ ଜଳି ସମ୍ପୂର୍ଣ୍ଣ ନଷ୍ଟ ହୋଇଛି । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି ।

Hot this week

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

ଜନଗଣନା ପାଇଁ ଜାନୁଆରୀ ୧୫ ସୁଦ୍ଧା ହେବେ କାର୍ଯ୍ୟକର୍ତ୍ତା ନିଯୁକ୍ତି

ସମାଜ ଲାଇଭ ଡ଼େସ୍କ : ୨୦୨୭ ଜନଗଣନା ପାଇଁ ଆଗାମୀ ଜାନୁଆରୀ...

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାର୍ଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

Related Articles

Popular Categories