www.samajalive.in
Thursday, December 11, 2025
13.1 C
Bhubaneswar

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ ୩୩କେଭି  ବିଦ୍ୟୁତ୍ ତାରରେ ଆଘାତ ପାଇବା ପରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ପାଇଲଟ୍ ଏବଂ ଅନ୍ୟ ଜଣେ ଯାତ୍ରୀ ଆହତ ହୋଇଛନ୍ତି ।

ସୂଚନା ଅନୁସାରେ, ରେଡୱାର୍ଡ ଆଭିଏସନ୍ କମ୍ପାନୀର ବିମାନଟି ସନ୍ଧ୍ୟା ୬:୨୫ ଦୁର୍ଘଟଣା ହୋଇଛି । ସିଓନି-ନାଗପୁର ଜାତୀୟ ରାଜପଥ ସୁକତାରା ଏୟାରଷ୍ଟ୍ରିପ୍ ଠାରୁ ପ୍ରାୟ ଦୁଇ କିଲୋମିଟର ଦୂରରେ ଆମାଗୋନ୍‌ର କ୍ଷେତ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ପାଇଲଟ୍ ଅଜିତ ଚାଭଡା ଏବଂ ଅନ୍ୟ ଜଣେ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣା ପରେ ସେମାନଙ୍କୁ ବିଦ୍ୟୁତ୍ କମ୍ପାନୀ କର୍ମଚାରୀ, ଗ୍ରାମବାସୀ ଏବଂ ପୋଲିସ ଉଦ୍ଧାର କରିଛନ୍ତି । ଦୁଇଜଣ ବାରପଥରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ଏବଂ ଉଭୟଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣେ ଅଧିକାରୀ କହିଛନ୍ତି ।

- Advertisement -

ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁଯାୟୀ, ଅବତରଣ କରିବା ସମୟରେ ବିମାନର ତଳ ଭାଗ ୩୩ କେଭି ବିଦ୍ୟୁତ୍ ତାରରେ ଆଘାତ ପାଇଥିଲା । ଫଳରେ ବିଦ୍ୟୁତ୍ ତାର ଛିଣ୍ଡିଯାଇଥିଲା ଏବଂ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ବିଦ୍ୟୁତ ତାର ଛିଣ୍ଡିଯିବା ଫଳରେ ବିଦ୍ୟୁତ ସରବରାହ ବନ୍ଦ ହୋଇଥିଲା ଫଳରେ ଏକ ବଡ଼ ଦୁର୍ଘଟଣାରୁ ଉଭୟ ବଞ୍ଚି ଯାଇଥିବା ଅଧିକାରୀ ଜଣକ କହିଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories