www.samajalive.in
Thursday, December 11, 2025
14.1 C
Bhubaneswar

ଆଉ ୧୮ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା : ଏମ୍‌ଭି-୨୬ରେ ୧୬୩ ଘର କ୍ଷତିଗ୍ରସ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବଢିଲା ଇଣ୍ଟରନେଟ୍ କଟକଣା। ପ୍ରଶାସନ ଆଉ ୧୮ ଘଣ୍ଟା ଇଣ୍ଟରନେଟ୍ କଟକଣା ବୃଦ୍ଧି କରିଛି। ଆସନ୍ତାକାଲି ଦିନ ୧୨ଟା ପର୍ଯ୍ୟନ୍ତ କଟକଣା ବୃଦ୍ଧି ହୋଇଥିବା ନେଇ ସୂଚନା ଜାରି ହୋଇଛି। ଆରଡିସି ଓ ଜିଲ୍ଲାପାଳଙ୍କ ସହ ଆଲୋଚନା ପରେ ଇଣ୍ଟରନେଟ୍ କଟକଣା ବୃଦ୍ଧି କରାଯାଇଛି।
ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ପୋଟେରୁ ନଦୀର ଡୁଡାମେଟଲା ନିକଟରୁ ୫ଦିନ ତଳେ ଜଣେ ମହିଳାଙ୍କ ମୁଣ୍ଡବିହୀନ ଶରୀର ଉଦ୍ଧାର ହେବା ଘଟଣାକୁ ନେଇ ବ୍ଲକର ରାଖେଲଗୁଡା ଓ ଏମଭି-୨୬ ଗାଁ ମଧ୍ୟରେ ସୋମବାର ଅପରାହ୍ନରୁ ଲାଗିଥିବା ଉତ୍ତେଜନା ଅଣାୟତ୍ତ ହୋଇଥିଲା। ହଜାର ହଜାର ଆଦିବାସୀ ଏମଭି-୨୬ ଗାଁରେ ପହଞ୍ଚି ହଙ୍ଗାମା କରିଛନ୍ତି। ତେବେ ଉଭୟ ଗାଁରେ ଶାନ୍ତି ଫେରାଇବାକୁ ଶାନ୍ତି କମିଟି ବୈଠକ ବସିବ ବୋଲି କହିଛନ୍ତି ଜିଲ୍ଲାପାଳ। ସିଏମ୍ ରିଲିଫ୍ ପାଣ୍ଠିରୁ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ଦିଆଯିବ। ଏମ୍‌ଭି ୨୬ରେ ୧୮୮ ଘର ମଧ୍ୟରୁ ୧୬୩ଟି ଘର କ୍ଷତିଗ୍ରସ୍ତ ହୋଇଛି। କ୍ଷୟକ୍ଷତି ଆକଳନ କରାଯାଉଥିବା ନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories