www.samajalive.in
Wednesday, December 10, 2025
26.1 C
Bhubaneswar

ଓଡ଼ିଶାରୁ ଚଣ୍ଡିଗଡ ଗଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଖେଳାଳି

ଭୁବନେଶ୍ୱର: ବାରବାଟୀରେ ମ୍ୟାଚ ଜିତିବା ପରେ ଚଣ୍ଡିଗଡ ଅଭିମୁଖେ ଗଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଖେଳାଳି । ଓଡ଼ିଶାରୁ ଉଭୟ ଖେଳାଳି ଆଜି ଚଣ୍ଡିଗଡ ଯାଉଛନ୍ତି । ଭୁବନେଶ୍ୱର ବିମାନ ବନ୍ଦରରେ ଉଭୟ ଖେଳାଳିଙ୍କୁ ବିଦାୟ ଦିଆଯାଇଛି ।

ସେପଟେ ଆଜି ସକାଳୁ ସକାଳୁ ବାରବାଟୀ ଆସି ନେଟ୍‌ ପ୍ରାକ୍ଟିସ କରିଥିଲେ ବରୁଣ ଚକ୍ରବର୍ତ୍ତୀ । ଏକ ଘଣ୍ଟା ଧରି ନେଟ୍‌ ପ୍ରାକ୍ଟିସ୍‌ କରିଥିଲେ । ଆସନ୍ତାକାଲି ଚଣ୍ଡିଗଡରେ ଦ୍ୱିତୀୟ ଟି-୨୦ ମ୍ୟାଚ ଖେଳାଯିବ । ଏଥିପାଇଁ ନିଜକୁ ପ୍ରସ୍ତୁତ କରିଛନ୍ତି ବରୁଣ । ଗତକାଲି ବାରବାଟୀରେ ଭାରତୀୟ ଦଳ ଏକତରଫା ମ୍ୟାଚ ଜିତି ପାଞ୍ଚ ଟିକିଆ ସିରିଜରେ ୧-୦ରେ ଆଗୁଆ ରହିଛି ଭାରତ । ବାରବାଟୀ ବିଜୟରୁ ବିଶ୍ୱକପ ପାଇଁ ବିଗୁଲ ବଜାଇଛି ଭାରତ । ହାର୍ଦ୍ଦିକ ପାଣ୍ଡ୍ୟା ଓ ବୋଲରଙ୍କ ପାଇଁ ଭାରତ କାଲି ଦମଦାର ବିଜୟ ହାସଲ କରିଛି । ୧୧ତାରିଖରେ ନ୍ୟୁ ଚଣ୍ଡିଗଡରେ ଦ୍ୱିତୀୟ ମ୍ୟାଚ ଖେଳାଯିବ । ପ୍ରଥମ ମ୍ୟାଚ ଜିତି ଟିମ୍‌ ଇଣ୍ଡିଆର ମନୋବର ଦୃଢ ରହିଛି ।

Hot this week

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

Related Articles

Popular Categories