www.samajalive.in
Wednesday, December 10, 2025
26.1 C
Bhubaneswar

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ଖୋର୍ଦ୍ଧା ଜିଲ୍ଲା ବୋଲଗଡ ବ୍ଲକ ପରମାନନ୍ଦ ମହାବିଦ୍ୟାଳୟରେ। କିଛି ମାସ ତଳେ ରସାୟନ ବିଭାଗରେ ନିଯୁକ୍ତି ପାଇଥିବା ଜଣେ ଯୁବତୀଙ୍କ ଫୋନକୁ ଉକ୍ତ କଲେଜର ଅଧ୍ୟକ୍ଷଙ୍କ ମେସେଜ ବର୍ତ୍ତମାନ ଏକ ଚର୍ଚ୍ଚାର ବିଷୟ ପାଲଟିଛି। ଯୁବତୀ ଜଣଙ୍କ ମାନସିକ ସ୍ତରରେ ଆଘାତ ପାଇ ନିଜ ବାପା ମା ଙ୍କୁ ଜଣାଇବା ପରେ ବାପା ବୋଲଗଡ଼ ଥାନାରେ ଏତଲା ଦେଇଛନ୍ତି। ଯୁବତୀର ବାପାଙ୍କ ଅଭିଯୋଗ ଆଧାରରେ ତାଙ୍କ ଝିଅକୁ ଉକ୍ତ କଲେଜର ଅଧ୍ୟକ୍ଷ ବିଭିନ୍ନ ପ୍ରକାରର ଅଶ୍ଳୀଳ ମେସେଜ ଦେଇ ପ୍ରେମ ନିବେଦନ କରିଛନ୍ତି। ଭଏସ ମେସେଜରେ ମଧ୍ୟ ବିଭିନ୍ନ ପ୍ରକାରର ଅଶ୍ଳୀଳ କଥା କହୁଛନ୍ତି। ଦେଶରେ ନାରୀ ଆଉ ସୁରକ୍ଷିତ ନୁହଁନ୍ତି, ଶିକ୍ଷାନୁଷ୍ଠାନ ଭଳି ପବିତ୍ର ଅନୁଷ୍ଠାନ ରେ ଏ ପ୍ରକାର ଘଟଣାକୁ ନେଇ କଲେଜରେ ଝିଅ, ମହିଳାଙ୍କ ସୁରକ୍ଷା କୁ ନେଇ ଦାବି କରିଛନ୍ତି। ସେପଟେ ବୋଲଗଡ଼ ଥାନା ଅଧିକାରୀ ଏକ ମାମଲା ରୁଜ୍ଜୁ କରି ରସିକିଆ ଅଧ୍ୟକ୍ଷଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

Hot this week

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

Related Articles

Popular Categories