www.samajalive.in
Wednesday, December 10, 2025
26.1 C
Bhubaneswar

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ ପ୍ରଶ୍ନ ଉଠାଇଛନ୍ତି ମହମ୍ମଦ ମୋକିମ । ୩ଥର ଲୋକସଭା ନିର୍ବାଚନ ହାରିଥିବା ଭକ୍ତଙ୍କୁ ୨୦୨୫ରେ ମିଳିଛି ନେତୃତ୍ୱ । ତାଙ୍କର ବ୍ୟକ୍ତିଗତ ବିଚାରଧାରା ଆମଠାରୁ ପୁରା ଅଲଗା । ଜୟପ୍ରକାଶଙ୍କ ଆନ୍ଦୋଳନ ବେଳେ ସେ ଗାନ୍ଧୀ ପରିବାରକୁ ସମାଲୋଚନା କରିଥିଲେ । ସେ ଓ ତାଙ୍କ ପୁଅ କୋଶଳ ଆନ୍ଦୋଳନକୁ ସମର୍ଥନ କରିବା ଚିନ୍ତାଜନକ । ନୂଆପଡ଼ା ଉପନିର୍ବାଚନରେ କଂଗ୍ରେସ ତାଙ୍କ ନେତୃତ୍ବରେ ୮୩ ହଜାର ଭୋଟ୍‌ରେ ହାରିଛି । ନୂଆପଡ଼ା ତାଙ୍କ ସଂସଦୀୟ କ୍ଷେତ୍ର ହୋଇଥିଲେ ବି ପ୍ରଦର୍ଶନ ନିରାଶାଜନକ ହୋଇଛି । ନିଜ ସଂସଦୀୟ କ୍ଷେତ୍ର ବିଶ୍ବାସ କରୁନି, କର୍ମୀ ବିଶ୍ବାସ ନକରିବା ସ୍ବାଭାବିକ ।

ମୋକିମ ଆହୁରି ମଧ୍ୟ କହିଛନ୍ତି ଯେ ସେ ଓଡ଼ିଶାରେ କଂଗ୍ରେସକୁ ନେତୃତ୍ବ ଦେବା ଅସମ୍ଭବ ବ୍ୟାପାର । ପୂର୍ବ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଦକ୍ଷତାକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି । ଶରତଙ୍କ ନେତୃତ୍ବରେ ୨୦୨୪ରେ କଂଗ୍ରେସ ସର୍ବନିମ୍ନ ୧୩ପ୍ରତିଶତ ଭୋଟ୍ ପାଇଥିଲା । ନିଜେ ଶରତ ପଟ୍ଟନାୟକ ନିର୍ବାଚନରେ ଅମାନତ ହରାଇଥିଲେ । ଆଜିକା ଦିନରେ କଂଗ୍ରେସକୁ ପୁର୍ନଜୀବନ ଦରକାର ବୋଲି ମୋକିମ କହିଛନ୍ତି । ଏହାସହିତ ପାରଦର୍ଶିତା ଓ ଯୋଗ୍ୟତା ଆଧାରରେ ନିଯୁକ୍ତି ସହ ଯୁବ ନେତୃତ୍ବ ଦରକାର କହି ସୋନିଆଙ୍କୁ ଚିଠି ଲେଖି ଅସନ୍ତୋଷ ପ୍ରକାଶ କରିଛନ୍ତି ମହମ୍ମଦ ମୋକିମ୍ ।

- Advertisement -

 

Hot this week

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

Related Articles

Popular Categories