www.samajalive.in
Saturday, December 13, 2025
15.1 C
Bhubaneswar

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ଵର ରେମୁଣା ବ୍ଲକ ଶ୍ରୀଜଙ୍ଗ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଠାରୁ ମାତ୍ର କିଛି ଦୂରରେ ତୁଣ୍ଡରା ରାସ୍ତାପାର୍ଶ୍ବରେ । ରାସ୍ତାପାଖ ଅଳିଆ ଗଦାରେ ଅବଧି ସରିନଥିବା ଔଷଧ ପଡିଥିବା ଦେଖିବାକୁ ମିଳିଛି । ଗୋଟିଏ କି ଦୁଇ ପ୍ୟାକେଟ ନୁହେଁ ଶହ ଶହ ପ୍ୟାକେଟ ସରକାରୀ ଆଇରନ ଓ ଫଲିକ ଏସିଡ ମେଡିସିନ ପଡିରହିଛି । ନିକଟରେ ଥିବା କୌଣସି ସ୍ବାସ୍ଥ୍ୟକେନ୍ଦ୍ରରୁ ଏହି ମେଡିସିନଗୁଡ଼ିକୁ ଫିଙ୍ଗା ଯାଇଥିବା ସନ୍ଦେହ କରାଯାଉଛି । ଏସବୁ ଔଷଧର ଏକ୍ସପ୍ୟାରୀ ଡେଟ୍ ୨୦୨୬ ପର୍ଯ୍ୟନ୍ତ ରହିଛି।

ସେପଟେ ଏହି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ସିଡିଏମ୍‌ଓ। ସ୍ଥିତି ଅନୁଧ୍ୟାନ ଲାଗି ସ୍ଵାସ୍ଥ୍ୟ ବିଭାଗର ଏକ ଟିମ୍ ଘଟଣାସ୍ଥଳକୁ ଯାଇଛି। ମେଡିକାଲ ଅଫିସରଙ୍କ ସହ ଏକ ଟିମ୍ ତଦନ୍ତ କରୁଛି। ଯେଉଁ ସରକାରୀ ଅଧିକାରୀ ଏହି ଘଟଣାରେ ସମ୍ପୃକ୍ତ ଅଛନ୍ତି, ସେମାନଙ୍କ ବିରୋଧରେ ଆକ୍ସନ୍ ହେବ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories