www.samajalive.in
Monday, December 8, 2025
13.1 C
Bhubaneswar

ଖୁଣ୍ଟାରେ ଜୁଏଲଙ୍କ ବିଜୟ ସଂକଳ୍ପ ସଭା

ଖୁଣ୍ଟା : କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜୁଏଲ ଓରାମ ଶୁକ୍ରବାର ହେଲିକପ୍ଟର ଯୋଗେ ଆସି ଖୁଣ୍ଟା ମିନି ଷ୍ଟାଡିୟମରେ ବିଜେପି ଦ୍ୱାରା ଆୟୋଜିତ ବିଜୟ ସଂକଳ୍ପ ସଭାରେ ଯୋଗଦେଇ ଥିଲେ । ଉଦଳା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋପବନ୍ଧୁ ନଗର ବ୍ଲକର ଖୁଣ୍ଟା ମିନି ଷ୍ଟାଡିୟମରେ ଅନୁଷ୍ଠିତ ଏହୖି ସଭାରେ ସେ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଥିଲେ । ଓଡ଼ିଶାର ନବୀନ ସରକାରଙ୍କ ସମୟରେ ମହିଳା ମାନେ ଅସୁରକ୍ଷିତ ହୋଇପଡିଥିବା ବେଳେ ରାଜ୍ୟ ବିକାଶରେ କେନ୍ଦ୍ରର ଟଙ୍କା ଖଚ୍ଚ ହୋଇପାରୁନଥିବା କହିଥିଲେ। ସ୍ବର୍ଗତ ଅଟଳ ବିହାରୀ ବାଜପେୟୀ ପ୍ରଧାନମନ୍ତ୍ରୀ ଥିବା ବେଳେ ଆଦିବାସୀଙ୍କ ବିକାଶ ପାଇଁ ଆଦିବାସୀ କଲ୍ୟାଣ ବିଭାଗର ସୃଷ୍ଟି କରିଥିଲେ ଯାହାର ସୁଫଳ ଆଦିବାସୀମାନେ ପାଇଆସୁଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରର ବିଭିନ୍ନ ବିକାଶ ମୂଳକ ପଦକ୍ଷେପ ସମ୍ପର୍କରେ ଉପସ୍ଥିତ ଦଳୀୟ କର୍ମକର୍ତ୍ତା ଓ ଜନସାଧାରଣଙ୍କୁ ଉଦବୋଧନ ଦେବା ବେଳେ ଓଡ଼ିଶାର ବିକାଶ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟରେ ବିଜେପିକୁ ଜିତିବା ପାଇଁ ଆହ୍ୱାନ ଦେଇଥିଲେ । କାର୍ଯ୍ୟକ୍ରମରେ ଅଭିନେତା ଶ୍ରୀତମ ଦାସ, ମୟୁରଭଂଜ ବିଜେପି ସଭାପତି କୃଷ୍ଣ ଚନ୍ଦ୍ର ମହାପାତ୍ର, ପୂର୍ବତନ ବିଧାୟକ ଭାସ୍କର ମଢେଇ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

Related Articles

Popular Categories