www.samajalive.in
Friday, December 12, 2025
23.1 C
Bhubaneswar

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି। ଆର୍ଥିକ ସ୍ଥିତିରେ ସାମାନ୍ୟ ଉନ୍ନତି ଘଟିବ। ଶତ୍ରୁ ନାଶ ସହିତ ଧନ ଭୋଗର ସୂଚନା ମିଳୁଛି। କୃତ୍ତିକା ନକ୍ଷତ୍ରଜାତ ବ୍ୟକ୍ତି ସତର୍କ ରହିବେ।
ବୃଷ : ରୋହିଣୀ ନକ୍ଷତ୍ରଜାତ ବ୍ୟକ୍ତିଙ୍କ ପାଇଁ ଦିନଟି ଆନନ୍ଦର ଉତ୍ସ ହୋଇପାରେ। ନାନା ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରୁ ସଫଳତା ମିଳିବ। ମୃଗଶିରା ଓ କୃତ୍ତିକା ନକ୍ଷତ୍ରର ସାମାନ୍ୟ ଶୁଭଫଳ।
ମିଥୁନ : ଆର୍ଦ୍ରା ନକ୍ଷତ୍ରଜାତ ବ୍ୟକ୍ତି ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ସେବା ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ। ମୃଗଶିରା ଓ ପୁନର୍ବସୁ ନକ୍ଷତ୍ରର ସାମାନ୍ୟ ଶୁଭ।
କର୍କଟ : ପୁଷ୍ୟା ନକ୍ଷତ୍ରଜାତ ବ୍ୟକ୍ତିଙ୍କ ବିଭିନ୍ନ ସୂତ୍ରରୁ ଧନାଗମ ହେବ। ବ୍ୟବସାୟ ଲାଭଦାୟକ ହେବ। ଶୁଭକାର୍ଯ୍ୟ ପାଇଁ କରଣୀୟ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ପୁନର୍ବସୁ, ଅଶ୍ଲେଷାର ସାମାନ୍ୟ ଶୁଭ ଫଳ।
ସିଂହ : ମଘା ଓ ପୂର୍ବା ଫାଲ୍‌ଗୁନୀ ନକ୍ଷତ୍ରଜାତ ବ୍ୟକ୍ତିଙ୍କ ପାଇଁ ପରିଶ୍ରମ କଠିନ ଓ କଷ୍ଟଦାୟକ ହେଲେ ବି ତା’ର ମୂଲ୍ୟ ମିଳିବ। ଗୃହ ପରିବେଶ ଉତ୍ତମ ମାନର ହେବ। ଉତ୍ତରା ଫାଲ୍‌ଗୁନୀର ସାମାନ୍ୟ ଶୁଭ ଫଳ ପ୍ରାପ୍ତ ହେବ।
କନ୍ୟା : ହସ୍ତା ନକ୍ଷତ୍ରଜାତ ବ୍ୟକ୍ତିଙ୍କ ଆର୍ଥିକ ସ୍ଥିତିରେ ପ୍ରଭୂତ ଉନ୍ନତି ଘଟିବ। ଦେବ ଦର୍ଶନ ପାଇ ଆତ୍ମସନ୍ତୋଷ ଲାଭ କରିବେ। ଅଶାନ୍ତିର ଅବସାନ ଘଟିବ। ଉତ୍ତରା ଫାଲ୍‌ଗୁନୀର ସାମାନ୍ୟ ଶୁଭ ଫଳ ମିଳିପାରେ।
ତୂଳା : ସ୍ବାତୀ ନକ୍ଷତ୍ରଜାତ ବ୍ୟକ୍ତି ନାନାବିଧ ଧନପ୍ରାପ୍ତିର ସୂଚନା ମିଳୁଛି। ମତିମାନ୍‌ ହୋଇପାରନ୍ତି। ତ୍ୟାଗଶୀଳ ହେବେ। ସହିଷ୍ଣୁ ହୋଇପାରନ୍ତି। କର୍ମତତ୍ପର ହେବେ। ଚିତ୍ରା ଓ ବିଶାଖା ନକ୍ଷତ୍ରର ସାମାନ୍ୟ ଶୁଭଫଳ।
ବିଛା : ଅନୁରାଧା ନକ୍ଷତ୍ରଜାତ ବ୍ୟକ୍ତିଙ୍କର ରୋଜାଗର ଆଶାନୁରୂପ ହେବ। ସରକାରୀ କିମ୍ବା ବନ୍ଧୁ ସହାୟତାରୁ ଲାଭବାନ୍‌ ହେବେ। ମିଷ୍ଟାନ୍ନ ଭୋଜନ ମିଳିବ। ସୁସ୍ଥ ରହିବେ। ବିଶାଖା ଓ ଜ୍ୟେଷ୍ଠା ନକ୍ଷତ୍ରର ସାମାନ୍ୟ ଶୁଭ।
ଧନୁ : ମୂଳା, ପୂର୍ବାଷାଢ଼ା ନକ୍ଷତ୍ରଜାତ ବ୍ୟକ୍ତିଙ୍କ ସାଧନା ଫଳବତୀ ହେବ। ମଧୁର କଥା କହି ପରକୁ ଆପଣାର କରିବେ। ଚକ୍ଷୁ ପୀଡ଼ା ହୋଇପାରେ। ଉତ୍ତରାଷାଢ଼ା ନକ୍ଷତ୍ରଜାତଙ୍କ ସ୍ବାସ୍ଥ୍ୟ ରକ୍ଷା ପାଇଁ ଅଧିକ ବ୍ୟୟ ହେବ।
ମକର : ଶ୍ରବଣା ନକ୍ଷତ୍ରଜାତ ବ୍ୟକ୍ତି ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ସରକାରୀ ସ୍ତରରୁ ଧନ ପ୍ରାପ୍ତିର ସୂଚନା ମିଳୁଛି। ଧନିଷ୍ଠା ଓ ଉତ୍ତରାଷାଢ଼ା ସତର୍କରେ ଚଳିବେ।
କୁମ୍ଭ : ଶତଭିଷା ନକ୍ଷତ୍ରଜାତ ବ୍ୟକ୍ତି କର୍ମକ୍ଷେତ୍ରକୁ ଉଜ୍ଜ୍ବଳମୟ କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ଉଚ୍ଚ ପଦରେ ଆରୁଢ଼ ହେବେ। ଧନିଷ୍ଠା ଓ ପୂର୍ବଭାଦ୍ରର ସାମାନ୍ୟ ଶୁଭ।
ମୀନ : ଉତ୍ତରାଭାଦ୍ର ନକ୍ଷତ୍ରଜାତ ବ୍ୟକ୍ତି କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ପ୍ରାପ୍ତ କ୍ଷମତାର ସଦ୍‌ ବ୍ୟବହାର କରି ଲୋକପ୍ରିୟ ହେ​‌େ​‌ବ। ପୂର୍ବଭାଦ୍ର ଓ ରେବତୀର ସାମାନ୍ୟ ଶୁଭଫଳ।

Hot this week

ଫେବୃଆରୀ ୧୨ରେ ବାଂଲାଦେଶ ନିର୍ବାଚନ

ଢାକା,୧୧ା୧୨: ଆସନ୍ତା ବର୍ଷ ଫେବୃଆରୀ ୧୨ ତାରିଖରେ ବାଂଲାଦେଶ ନ୍ୟାସନାଲ ଆସେମ୍ବ୍ଲି...

ଉମର ଖାଲିଦଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ : ଦିଲ୍ଲୀ ଦଙ୍ଗା ଘଟଣାରେ ଗିରଫ ହୋଇଥିବା ଜେଏନୟୁର ପୂର୍ବତନ...

ଟସ୍ ଜିତିବା ପରେ ଭାରତ କରିଥିଲା ବଡ଼ ଭୁଲ: ଜାଣନ୍ତୁ କଣ କହିଲେ ଦକ୍ଷିଣ ଆଫ୍ରିକା ବ୍ୟାଟ୍ସମ୍ୟାନ୍‌

ନ୍ୟୁ ଚଣ୍ଡିଗଡ଼: ମୁଲାନପୁରରେ ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ରେ...

କୌନ୍ ବନେଗା କରୋଡ଼ପତିରେ କଟକ ଝିଅ

କଟକ: କଟକବାସୀଙ୍କ ପାଇଁ ଗୌରବର ଆଣିଛନ୍ତି ବିଦ୍ୟାଧରପୁର ନିବାସୀ ଶୀତଲ ସ୍ନିଗ୍ଧା...

ଶୁକ୍ର ଗୋଚର: ବର୍ଷ ଶେଷରେ ଏହି ରାଶିଙ୍କ କ୍ୟାରିଅର, ରୋଜଗାର ହେବ ଦ୍ୱିଗୁଣିତ

ସମାଜ ଡିଜିଟାଲ ଡେସ୍କ: ୨୦ ଡିସେମ୍ବର ଶନିବାର ଦିନ ଶୁକ୍ର ଧନୁ...

Related Articles

Popular Categories