www.samajalive.in
Friday, December 12, 2025
27.1 C
Bhubaneswar

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ‌ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଛି। ଫଳରେ ପ୍ରବଳ ଜାଡରେ ଜନଜୀବନ ପୁରା ଅସ୍ତବ୍ୟସ୍ତ ହୋଇପଡିଛି। କନ୍ଧମାଳ ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩.୧ ଡିଗ୍ରୀ ରେକର୍ଡ ହୋଇଛି। କୋରାପୁଟ ସେମିଳିଗୁଡାରେ ତାପମାତ୍ରା ୩.୬ ଥିବାବେଳେ ଝାରସୁଗୁଡାରେ ୭.୧ , ରାଉରକେଲାରେ ୭.୨ , କେନ୍ଦୁଝରରେ ୯.୬, ସମ୍ବଲପୁରରେ ୧୦.୮ , ହୀରାକୁଦରେ ୧୧.୪ ଓ ଭୁବନେଶ୍ଵରରେ ୧୨.୬ , ଗୋପାଳପୁରରେ ୧୩.୪, ବାଲେଶ୍ଵର ୧୩.୫ , ପାରାଦୀପରେ ୧୪.୧ ଡିଗ୍ରୀ ରେକର୍ଡ ହୋଇଛି।

କେବଳ କୋରାପୁଟ ଏବଂ କନ୍ଧମାଳ ଜିଲାରେ ହାଡ଼ଭଙ୍ଗା ଜାଡ଼ ଅନୁଭୂତ ହେଉଛି ତାହା ନୁହେଁ; ବରଂ ପଶ୍ଚିମରୁ ଉପକୂଳ ଏବଂ ଦକ୍ଷିଣରୁ ଉତ୍ତର ଓଡ଼ିଶା ସହ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲା ଗୁଡ଼ିକରେ ପ୍ରଚଣ୍ଡ ଶୀତ ପଡୁଛି। ପାଣିପାଗ ବିଶେଷଜ୍ଞଙ୍କ ମତରେ ଆସନ୍ତା ୧୮ତାରିଖ ପର୍ଯ୍ୟନ୍ତ ଶୀତ ପ୍ରକୋପରୁ ଆଶ୍ବସ୍ତି ମିଳିବା ସମ୍ଭାବନା ନାହିଁ।

Hot this week

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

Related Articles

Popular Categories