ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଇଛି ମଦ୍ୟପ ସ୍ଵାମୀ। ମହିଳାଙ୍କର ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ସ୍ଵାମୀକୁ ଅଟକ ରଖି ପଚରାଉଚରା କରୁଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ।
Popular Categories



