ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ। ପ୍ରଧାନ ବିଚାରପତି ଭାବେ ଦାୟିତ୍ବ ନେବା ପରେ ପ୍ରଥମ ଥର ପାଇଁ ଓଡ଼ିଶା ଗସ୍ତରେ ଆସିଛନ୍ତି ।
କଟକ ଶହୀଦ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ । ଓଡ଼ିଶା ଉଚ୍ଚ ନ୍ୟାୟଳୟ ବାର୍ ଆସୋସିଏସନ ଆଲୋଚନା ଚକ୍ରରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ୫୦ ବର୍ଷରୁ ଅଧିକ ବର୍ଷ ଧରି ଓକିଲାତି କରୁଥିବା ଆଇନଜୀବୀ ମାନଙ୍କୁ ସମ୍ବୋଧିତ କରିବେ ପ୍ରଧାନ ବିଚାରପତି ।
ଗତକାଲି ସେ ଭୁବନେଶ୍ବରରେ ପହଞ୍ଚିଥିଲେ। ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ବାର ଆସୋସିଏସନ୍ ପକ୍ଷରୁ ସ୍ବାଗତ କରାଯିବା ସହ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ତାଙ୍କୁ ଅଣାଯାଇଥିଲା ।



