www.samajalive.in
Saturday, December 13, 2025
26.1 C
Bhubaneswar

ରାସ୍ତା କଡରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଫୁଲବାଣୀ : ରାସ୍ତା କଡରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ପରେ ଉତ୍ତେଜନା ସୃଷ୍ଟି ହୋଇଛି। ମୃତକ ଜଣକ କଟରଗଣ୍ଡାର ବିଘ୍ନରାଜ ପ୍ରଧାନ ବୋଲି ଜଣାପଡିଛି। ରବିବାର ବିଳମ୍ବିତ ରାତିରେ କୌଣସି ଏକ ଅଜଣା ଗାଡି ଧକ୍କାରେ ତାଙ୍କର ମୃତ୍ୟୁ ହୋଇଥିବା ପୁଲିସ ସୂଚନା ଦେଇଛି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଜି.ଉଦୟଗିରି ଥାନା କନବାଗିରି ଗ୍ରାମବାସୀମାନେ ରାସ୍ତାରୋକ କରିଥିଲେ। ଏହାଫଳରେ ଜି.ଉଦୟଗିରି ଓ ବାଲିଗୁଡା ମଧ୍ୟରେ ଗାଡି ଚଳାଚଳ ବାଧା ପ୍ରାପ୍ତ ହୋଇଥିଲା। ସୂଚନାଯୋଗ୍ୟ ଯେ, ପୁଲିସ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories