www.samajalive.in
Monday, December 8, 2025
27.1 C
Bhubaneswar

ସାପ୍ତାହିକ ରାଷ୍ଟ୍ରଦୀପର ପ୍ରଥମ ସଂପାଦକ ହରିହର ନନ୍ଦଙ୍କ ପରଲୋକ

ଭୁବନେଶ୍ୱର : ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ବରିଷ୍ଠ ପ୍ରଚାରକ ତଥା ସାପ୍ତାହିକ ରାଷ୍ଟ୍ରଦୀପର ପ୍ରଥମ ସଂପାଦକ ହରିହର ନନ୍ଦଙ୍କର ସୋମବାର ଭୋର ସମୟରେ ପରଲୋକ ହୋଇଥିବା ଜଣାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା। ସେ ଯକୃତ କର୍କଟ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଥିଲେ। ସୋମବାର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଶ୍ରୀ ନନ୍ଦ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର କାର୍ଯ୍ୟକର୍ତ୍ତାମାନଙ୍କ ମଧ୍ୟରେ ହରିହର ଦା’ ଭାବେ ବେଶ ଲୋକପ୍ରିୟ ଥିଲେ। କୋଲକାତାଠାରେ ବିଏସସି ପଢୁଥିବା ବେଳେ ସେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ସଂସ୍ପର୍ଶରେ ଆସିଥିଲେ। ଏହାପରେ ପଶ୍ଚିମବଙ୍ଗର ନକ୍ସଲବାଡ଼ିରେ ପ୍ରଥମେ ବିସ୍ତ।ରକଭାବେ କାର୍ଯ୍ୟ କରିଥିଲେ। ୧୯୬୪ରୁ ୧୯୭୫ ଯାଏଁ ସାପ୍ତାହିକ ରାଷ୍ଟ୍ରଦୀପର ପ୍ରଥମ ସଂପାଦକଭାବେ ଦାୟିତ୍ୱ ନିର୍ବାହ କରିଥିଲେ। ସେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ପ୍ରାନ୍ତ କାର୍ଯ୍ୟବାହ, ପ୍ରାନ୍ତ ପ୍ରଚାରକ ଏବଂ କ୍ଷେତ୍ରୀୟ ପ୍ରଚାର ପ୍ରମୁଖ ତଥା ଅଖିଳ ଭାରତୀୟ ହିନ୍ଦୁଜାଗରଣ ପ୍ରମୁଖ ଆଦି ଦାୟିତ୍ୱ ନିର୍ବାହ କରିଥିଲେ।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories