www.samajalive.in
Monday, December 8, 2025
13.1 C
Bhubaneswar

କେନାଲକୁ ଖସିଲା କାର; ଗୋଟିଏ ପରିବାର ୬ ମୃତ

କୋୟମ୍ବଟୁର : ତାମିଲନାଡୁର କୋୟମ୍ବଟୁରରେ ଏକ ବଡ ଧରଣର ସଡକ ଦୁର୍ଘଟଣା ଘଟିଛି । ଏକ ଗାଡି ଭାରସାମ୍ୟ ହରାଇ କେନାଲକୁ ଖସି ପଡିଛି । ଏଥିରେ ଗୋଟିଏ ପରିବାରର ୬ ଜଣଙ୍କ ମୃତ୍ୟୁ ଘଟିଛି । ଏହି ଦୁର୍ଘଟଣା ପ୍ରାୟ ଦିନ ସାଢେ ୧ଟାରେ ଘଟିଥିବା ଜଣାପଡିଛି। ସମସ୍ତ ମୃତଦେହକୁ ପୋଲ୍ଲାଚୀ ଜନେରାଲ ହସ୍ପିଟାଲକୁ ପଠାଯାଇଛି । ମଳିଥିବା ସୂଚନା ଅନୁଯାୟୀ ମୃତକ ମଧ୍ୟରେ ଜଣେ ଶିଶୁ ରହିଛନ୍ତି ।

ପୁଲିସ ସୂଚନା ଅନୁଯାୟୀ, ସହରର ମସକଲିପଲୟମ ନିବାସୀ ଏକ ପରିବାର ପଳାନୀ ପହାଡି ମନ୍ଦିରରୁ ଦର୍ଶନ ସାରି ଫେରୁଥିବା ବେଳେ କେଡିମେଡ୍ଡୁ ନିକଟରେ ଗାଡି ଭାରସାମ୍ୟ ହରାଇ କେନାଲକୁ ଖସିପଡିଥିଲା। ଦୁର୍ଘଟଣା ସମ୍ପର୍କରେ ଜଣାପଡିଲା ପରେ ଘଟଣାସ୍ଥଳରେ ଜିଲାପାଳ ଓ ବରିଷ୍ଠ ପୁଲିସ ଅଧିକାରୀ ପହଞ୍ଚିଛନ୍ତି । ପୁଲିସ ଏକ ମାମଲା ରୁଜୁ କରି ନିଜ ଆଡୁ ତଦନ୍ତ ଆରମ୍ଭ କରିଛି ।

Hot this week

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

Related Articles

Popular Categories