www.samajalive.in
Sunday, December 7, 2025
14.1 C
Bhubaneswar

ଭ୍ରମଣ ପାଇଁ ଯାଆନ୍ତୁ ମଣିପୁର

ଭାରତର ମଣିପୁର ରାଜ୍ୟର ସୁନ୍ଦରତା ଯଦି ଦେଖିନାହାନ୍ତି ତେବେ ଆପଣ ଭ୍ରମଣର ପ୍ରକୃତ ମଜା ନେଇପାରିବେ ନାହିଁ। ଶାନ୍ତି ଓ ପ୍ରକୃତି ପ୍ରେମୀ ଲୋକଙ୍କ ପାଇଁ ଏହି ସ୍ଥାନ ସ୍ୱତନ୍ତ୍ର ଅଟେ। ମଣିପୁରର ସୌନ୍ଦର୍ଯ୍ୟ ହେତୁ ଏହାକୁ ଭାରତର ସୁଇଜରଲ୍ୟାଣ୍ଡ ବୋଲି ମଧ୍ୟ କୁହାଯାଏ। ଏଠାରେ ବୁଲିବା ପାଇଁ ଶହୀଦ ମୀନାର, ଗୋବିନ୍ଦଜୀ ମନ୍ଦିର, ବିଷ୍ଣୁପୁରର ହ୍ରଦ,ପୁରୁଣା ମହଲ, ସଂଗ୍ରହାଳୟ, ଜାତୀୟ ଉଦ୍ୟାନ ଭଳି ବହୁ ସ୍ଥାନ ରହିଛି। ଭ୍ରମଣ ସହ ଆପଣ ଏଠାରେ ଭିନ୍ନ ଭିନ୍ନ ଖାଦ୍ୟପେୟର ମଧ୍ୟ ମଜା ନେଇପାରିବେ। ଦୂରଦୂରାନ୍ତରରୁ ପର୍ଯ୍ୟଟକ ଏଠାକୁ ବୁଲିବା ସହ ଖାଦ୍ୟର ମଜା ନେବାକୁ ଆସିଥାଆନ୍ତି। ଯଦି ଆପଣ ମଣିପୁର ବୁଲିବା ପାଇଁ ଯୋଜନା କରୁଛନ୍ତି ତେବେ ଏଠାରେ ଆପଣ ଖାଦ୍ୟର ମଧ୍ୟ ମଜା ନିଅନ୍ତୁ। ଜାଣନ୍ତୁ ମଣିପୁରର ସ୍ୱତନ୍ତ୍ର ଖାଦ୍ୟ ବିଷୟରେ ….
ଏରୋବା –
ଏହି ବ୍ୟଞ୍ଜନ ମାଛକୁ ସିଜାଇ, ଫ୍ରାଏ କରି କରାଯାଏ। ଏହାକୁ ଆପଣଙ୍କୁ ଭାତ ସହ ଖାଇବାକୁ ଦିଆଯାଏ। ଯଦି ଆପଣଙ୍କୁ ମାଛ ଖାଇବା ପସନ୍ଦ ତେବେ ଏହାକୁ ନିଶ୍ଚୟ ଖାଆନ୍ତୁ।
ସୁପ –
ଏଠାରେ ସମସ୍ତ ପ୍ରକାରର ପରିବା ପକାଇ ଏକ ପ୍ରକାର ସୁପ ପ୍ରସ୍ତୁତ ହୋଇଥାଏ। ଏହା ଖାଇବାକୁ ଖୁବ ସ୍ୱାଦ ଲାଗେ। ଏହି ସୁପକୁ ମାଛ ଓ ଭାତ ସହ ଖାଇଲେ ଖୁବ ସୁଆଦିଆ ଲାଗେ।
ପାକ୍ନମ –
ମଣିପୁରର ଲୋକେ ମାଛ ଓ ଭାତ ଖାଇବାକୁ ଅଧିକ ପସନ୍ଦ କରିଥାଆନ୍ତି। ଏହି ବ୍ୟଞ୍ଜନ ମଧ୍ୟ ମାଛରୁ ପ୍ରସ୍ତୁତ କରାଯାଏ। ଏହା ଆଳୁ ଟିକ୍କୀ କିମ୍ବା କବାବ ଭଳି ଲାଗିବ। ଏହାକୁ ସସ କିମ୍ବା ଚଟଣି ସହ ଖାଇପାରିବେ।
ସିଙ୍ଗଜୁ –
ମଣିପୁର ଠାରେ ପ୍ରସିଦ୍ଧ ସାଲାଡ଼ ମିଳେ। ଏହି ସାଲାଡ଼ରେ କୋବି, ପିଆଜ ଓ ଅନ୍ୟାନ୍ୟ ଦ୍ରବ୍ୟ ପଡ଼ିଥାଏ। ସମସ୍ତ ପ୍ରକାରର ଖାଦ୍ୟ ସହ ଏହା ନିଶ୍ଚୟ ମିଳେ।
ମୋରୋକକ ମେଟପା –
ଏହା ଏକ ପ୍ରକାରର ସ୍ୱାଦିଷ୍ଟ ଚଟଣି ଅଟେ। ଏହାକୁ ପିଆଜ ଓ କଞ୍ଚା ଲଙ୍କା ପକାଇ ପ୍ରସ୍ତୁତ ହୋଇଥାଏ। ସମସ୍ତ ପ୍ରକାରର ଖାଦ୍ୟରେ ଏହି ଚଟଣିକୁ ଖାଇପାରିବେ।
ଚାହାଓ ଖିରୀ –
ଏହି ଖିରୀକୁ ଚାଉଳ, କ୍ଷୀର, କିଛି ଫଳ ଆଦିକୁ ମିଶାଇ ପ୍ରସ୍ତୁତ କରାଯାଏ। ଏହି ମିଠାଦ୍ରବ୍ୟ ଖାଇବାକୁ ଖୁବ ସ୍ୱାଦିଷ୍ଟ ଲାଗିଥାଏ।

Hot this week

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

Related Articles

Popular Categories