www.samajalive.in
Saturday, December 6, 2025
14.1 C
Bhubaneswar

୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଥିବା କଥା ଜଣାପଡ଼ିଛି। ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାରେ ବହୁ ଅଞ୍ଚଳରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳରେ ମଧ୍ୟ ବର୍ଷା ସମ୍ଭାବନା ରହିଛି। କାଳବୈଶାଖୀ ବର୍ଷା ସହ ବିଭିନ୍ନ ସ୍ଥାନରେ ବଜ୍ରପାତ ହୋଇପାରେ ବୋଲି ସୂଚନା ମିଳିଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳରେ ବର୍ଷା ହେବା ସହ ଘଣ୍ଟା ପ୍ରତି ୪୦ ରୁ ୫୦ କି.ମି ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ବଜ୍ରପାତ ଓ ପବନ ବହିବା ହେତୁ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ତରଫରୁ ପରାମର୍ଶ ଦିଆଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories