www.samajalive.in
Saturday, December 6, 2025
26.1 C
Bhubaneswar

ମାଳଦୀପ ଯାତ୍ରାରେ ସୁଷମା:ଅବଦୁଲ୍ଲାଙ୍କ ସହ ହେବ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ: ବିଦେଶ ମନ୍ତ୍ରୀ ସୁଷମା ସ୍ୱରାଜ ରବିବାର ଦିନ ଦୁଇ ଦିନିଆ ମାଳଦୀପ ଗସ୍ତରେ ଯାଇଛନ୍ତି। ସେ ମାଳଦୀପ ବିଦେଶ ମନ୍ତ୍ରୀ ଅବଦୁଲ୍ଲା ସାହିଦଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଶ୍ରୀମତୀ ସ୍ୱରାଜଙ୍କ ସହ ବିଦେଶ ସଚିବ ବିଜୟ ଗୋଖଲେଙ୍କ ସମେତ ବରିଷ୍ଠ ଅଧିକାରୀମାନଙ୍କୁ ନେଇ ଗଠିତ ପ୍ରତିନିଧି ମଣ୍ଡଳୀ ମଧ୍ୟ ମାଳଦୀପ ଯାଇଛନ୍ତି। ବିଦେଶ ମନ୍ତ୍ରାଳୟ ମୁଖପାତ୍ର ରବୀଶ କୁମାର କହିଛନ୍ତି, ମାଳଦୀପ ବିଦେଶ ମନ୍ତ୍ରୀ ଅବଦୁଲ୍ଲା ସାହିଦଙ୍କ ନିମନ୍ତ୍ରଣ କ୍ରମେ ଶ୍ରୀମତୀ ସ୍ୱରାଜ ଏହି ଗସ୍ତରେ ଯାଇଛନ୍ତି ଏବଂ ଏହି ସମୟ ମଧ୍ୟରେ ଦୁଇ ଦେଶ ଭିତରେ ସମ୍ପର୍କ ମଜବୁତ କରିବା ନେଇ ବିଭିନ୍ନ ରାଜନୈତିକ ଓ ଅନ୍ତର୍ଜାତୀୟ ସମସ୍ୟା ଉପରେ ଆଲୋଚନା ହେବ। ଶ୍ରୀମତୀ ସ୍ୱରାଜ ଏହି ଗସ୍ତ କାଳରେ ମାଳଦୀପ ରାଷ୍ଟ୍ରପତି ଇବ୍ରାହିମ ମହମ୍ମଦ ସାଲେହ, ଗୃହ ମନ୍ତ୍ରୀ ଶେଖ ଇମ୍ରାନ ଅବଦୁଲ୍ଲା, ପ୍ରତିରକ୍ଷା ମନ୍ତ୍ରୀ, ଅର୍ଥ ମନ୍ତ୍ରୀ, ଯୋଜନା ମନ୍ତ୍ରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ, ପରିବହନ ମନ୍ତ୍ରୀ, ସଂସ୍କୃତି ମନ୍ତ୍ରୀ ଓ ପରିବେଶ ମନ୍ତ୍ରୀଙ୍କ ସହ ସାକ୍ଷାତ କରିବା ସହ ପ୍ରତିନିଧି ସ୍ତରୀୟ ଆଲୋଚନା ହେବ ବୋଲି ବିଦେଶ ମନ୍ତ୍ରାଳୟ ମୁଖପାତ୍ର ରବୀଶ କୁମାର କହିଛନ୍ତି।

Hot this week

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

Related Articles

Popular Categories