www.samajalive.in
Monday, December 15, 2025
16.1 C
Bhubaneswar

ଚାକିରିରୁ ଇସ୍ତଫା ଦେଲେ ଓୟୁଏଟି କୁଳପତି ସୁରେନ୍ଦ୍ରନାଥ ପଶୁପାଳକ

ଭୁବନେଶ୍ୱର: ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର କୁଳପତି ତଥା କୃଷି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ମଙ୍ଗଳବାର ଚାକିରୀରୁ ଇସ୍ତଫା ଦେଇଛନ୍ତି। ସେ କୁଳପତି ପଦ ଛାଡ଼ିବା ସହ ଚାକିରିରୁ ଇସ୍ତଫା ଦେଇଛନ୍ତି। ଚାକିରୀରୁ ଅବସର ନେବାକୁ ଆଉ ୧୨ ଦିନ ବାକି ଥିବା ବେଳେ ସେ ଏଭଳି ନିଷ୍ପତ୍ତି ନେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ଡାକ ଯୋଗେ ରାଜ୍ୟପାଳଙ୍କ ପାଖକୁ ପଠାଇଛନ୍ତି। ତାଙ୍କ ନାଁରେ ଓୟୁଏଟିରେ ନିଯୁକ୍ତି କ୍ଷେତ୍ରରେ ବ୍ୟାପକ ଜାଲିଆତି ହୋଇଥିବା ଅଭିଯୋଗ ଆସିବା ପରେ କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍‌ ୨୦୧୮ ମସିହା ଡିସେମ୍ବର ୯ ତାରିଖରେ ତାଙ୍କୁ ଛୁଟିରେ ଯିବା ଲାଗି ନିର୍ଦ୍ଦେଶ ଦେବା ସହ ମୁଖ୍ୟ ଶାସନ ସଚିବଙ୍କୁ ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।

Hot this week

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

Related Articles

Popular Categories