www.samajalive.in
Saturday, December 13, 2025
26.1 C
Bhubaneswar

ନିର୍ମାଣାଧୀନ ସେତୁ ଭୁଶୁଡ଼ି ୨ ମୃତ, ୪୦ ଚାପି ହୋଇ ରହିଥିବା ଆଶଙ୍କା

ଧରୱାଡ : କର୍ଣ୍ଣାଟକର ଧରୱାଡ ଜିଲା କୁମାରେଶ୍ବର ନଗରରେ ଏକ ନିର୍ମାଣାଧୀନ ସେତୁ ଭୁଶୁଡି ୨ ଜଣଙ୍କର ମୃତ୍ୟୁ ହେବା ସହ ୧୫ଜଣ ଆହତ ହୋଇଛନ୍ତି। ଭଗ୍ନାବଶେଷ ମଧ୍ୟରେ ଆହୁରି ୪୦ଲୋକ ଚାପି ହୋଇ ରହିଥିବା ଆଶଙ୍କା କରାଯାଇଛି। ବିଭିନ୍ନ ଉଦ୍ଧାରକାରୀ ଦଳ ପକ୍ଷରୁ ମିଳିତ ଭାବେ ଉଦ୍ଧାରକାର୍ଯ୍ୟ ଜାରି ରହିଛି। ରିପୋର୍ଟ ଅନୁଯାୟୀ ଜିଲା ପ୍ରଶାସନ, ପୁଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚଳାଇଛନ୍ତି। ଆହତମାନଙ୍କୁ ଧରୱାଡ ସିଭିଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଏଚଡି କୁମାରସ୍ବାମୀ ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହିତ ଉଦ୍ଧାରକାର୍ଯ୍ୟ ତଦାରଖ ଲାଗି ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦେଶ ଦେଇଛନ୍ତି। ସେତୁଟିର ନିର୍ମାଣ କାର୍ଯ୍ୟ ଦୁଇବର୍ଷ ହେଲା ଚାଲୁ ରହିଥିଲା। ନିର୍ମାଣ କାର୍ଯ୍ୟ ସମୟରେ ୧୫୦ ଶ୍ରମିକ କାର୍ଯ୍ୟରତ ଥିଲେ।

Hot this week

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

Related Articles

Popular Categories