www.samajalive.in
Sunday, December 7, 2025
14.1 C
Bhubaneswar

ବିଜେଡି ଛାଡିଲେ ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ

ଭୁବନେଶ୍ୱର : ନିର୍ବାଚନ ଯେତେ ପାଖେଇ ଆସୁଛି ରାଜ୍ୟ ରାଜନୀତି ସେତେ ସରଗରମ ହେବାରେ ଲାଗିଛି। ସେହପରି ବୁଧବାର ବିଜେଡି ନେତ୍ରୀ ତଥା କନ୍ଧମାଳ ସାସଂଦ ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି।
ଦୁଇ ଦିନ ପୂର୍ବରୁ ବିଜେଡିର ପ୍ରଥମ ପାର୍ଥୀ ତାଲିକାରେ କନ୍ଧମାଳ ଲୋକସଭା ଆସନରେ ତାଙ୍କ ବଦଳରେ ଅଚ୍ୟୁତ ସାମନ୍ତଙ୍କୁ ଟିକେଟ ଦିଆଯାଇଛି। ପୂର୍ବରୁ ପ୍ରତ୍ୟୁଷା ଚଳିତ ଲୋକସଭା ନିର୍ବାଚନ ଲଢିବାକୁ ଇଚ୍ଛା ପ୍ରକାଶ କରିଥିବା ଦେଖିବାକୁ ମିଳିଥିଲା। ସେ କହିଥିଲେ ମତେ ଟିକେଟ ମିଳିଲେ ମୁଁ ନିଶ୍ଚିତ ଲଢିବି ନହେଲେ ସ୍ୱାଧୀନ ଭାବରେ ଲଢିବାକୁ ଚେଷ୍ଟା କରିବି। ତେଣୁ ତାଙ୍କୁ ଦଳରେ ଅଭହେଳା କରାଯାଉଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ସେ ଆହୁରି କହିଛନ୍ତି ନବୀନ ପଟ୍ଟନାୟକ ୩୩% ମହିଳା ପାର୍ଥୀଙ୍କ କଥା କହୁଛନ୍ତି କିନ୍ତୁ, ମତେ ଟିକେଟ ମିଳିଲା ନାହିଁ। ବିଧାୟକ ଅରୁଣ ସାହୁ ଓ ମନ୍ତ୍ରୀ ବିକ୍ରମ ଆରୁଖଙ୍କ ବିରୋଧରେ ମଧ୍ୟ ପ୍ରତ୍ୟୁଷା ଅଭିଯୋଗ କରିଛନ୍ତି।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories