www.samajalive.in
Monday, December 8, 2025
27.1 C
Bhubaneswar

ଗୋରା ଓ ସୁନ୍ଦର ଚେହେରାର ମନ୍ତ୍ର ଅମୃତଭଣ୍ଡା  

ଯୁବତୀମାନେ ସୁନ୍ଦର ଓ କୋମଳ ତ୍ୱଚା ପାଇଁ ବିଭିନ୍ନ ପ୍ରକାର କସମେଟିକ ବ୍ୟବହାର କରନ୍ତି। କିନ୍ତୁ ଏହା ତ୍ୱାଚା ପାଇଁ କ୍ଷତିକାରକ ହୋଇଥାଏ। ଘରୋଇ ଓ ପ୍ରାକୃତିକ ଉପଚାର ଦ୍ୱାରା ଆପଣ ତ୍ୱାଚାକୁ ସୁନ୍ଦର ଓ ଆର୍କଷଣ କରିପାରିବେ।

ନମନୀୟ ତ୍ୱଚା : ପାଚିଲା ଅମୃତଭଣ୍ଡା ଛୋଟ ଖଣ୍ଡ ନିଅନ୍ତୁ । ସେଥିରେ ଏକ ଚାମଚ ମହୁ ମିଶାଇ ଏକ ପେଷ୍ଟ ପ୍ରସ୍ତୁତ କରନ୍ତୁ। ଏହି ପେଷ୍ଟକୁ ମୁହଁରେ ଲଗାଇ ୩୦ ମିନିଟ ପର୍ଯ୍ୟନ୍ତ ରଖନ୍ତୁ ।  ପରେ  ଥଣ୍ଡା ପାଣିରେ ଧୋଇ ଦିଅନ୍ତୁ।

- Advertisement -

ଗୋରା ତ୍ୱଚା : ଅଧା ଚାମଚ ଅମୃତଭଣ୍ଡା ରସରେ ଏକ ଚାମଚ ମହୁ ଓ ଅଧା ଚାମଚ ଲେମ୍ବୁ ରସକୁ ଭଲ ଭାବରେ ମିଶାନ୍ତୁ। ଏହାକୁ ତ୍ୱଚାରେ ପ୍ରଲୋପ କରନ୍ତୁ। ୧୫-୨୦ ମିନିଟ୍ ପରେ ନଖ ଉଷୁମ ପାଣିକୁ ହାତରେ ନେଇ ଧୀରେ ଧୀରେ ମସାଜ କରନ୍ତୁ। ପ୍ରଲେପଟି ଛାଡିଗଲା ପରେ ଥଣ୍ଡା ପାଣିରେ ମୁହଁ ଧୋଇ ଦିଅନ୍ତୁ। ଏହାକୁ ସପ୍ତାହରେ ଥରେ ବ୍ୟବହାର କରନ୍ତୁ ଫରକ ନିଜେ ଜାଣିପାରିବେ।

ମୁହଁ ଭାଙ୍ଗ ଦୂର କରିବା ପାଇଁ : ପାଚିଲା ଅମୃତଭଣ୍ଡା ଚୋପା ମୁହଁ ଭାଙ୍ଗ ଦୂର କରିବାରେ ସହାୟକ ହୋଇଥାଏ। ମୃତ କୋଷିକାକୁ ଦୂର  କରିବା ସହ ମୁହଁରୁ ଭାଙ୍ଗ ଓ ଦାଗ ଦୂର କରିଥାଏ । ତେଣୁ ଅମୃତଭଣ୍ଡା ଚୋପାକୁ ମୁହଁରେ ଖସନ୍ତୁ ।

ଆଖିତଳ କଳା ଦାଗ ଦୂର କରେ : ପାଚିଲା ଅମୃତଭଣ୍ଡାର ପେଷ୍ଟ ପ୍ରସ୍ତୁତ କରନ୍ତୁ। ଏହାକୁ ଆଖି ତଳେ ଚାରି କଡରେ ଳଗାଇ ୧୦ ମିନିଟ ଛାଡି ଦିଅନ୍ତୁ। ପରେ ପାପୁଲିରେ ଧୀରେ ଧୀରେ ଘସି ଉଷୁମ ପାଣିରେ ଏକ କଟନକୁ ଭିଜାଇ, ସେଥିରେ ସଫା କରି ପୋଛି ଦିଅନ୍ତୁ।

ସନ୍ ଟ୍ୟାନ ଦୂର ପାଇଁ : ଏକ କପ ପାଚିଲା ଅମୃତଭଣ୍ଡାର ପେଷ୍ଟ ନିଅନ୍ତୁ । ସେଥିରେ ଏକ ଚାମଚ ମହୁ ଓ ହଳଦୀ ଗୁଣ୍ଡ ମିଶାଇ ଏକ ପ୍ରଲେପ କରି ମୁହଁରେ ଲଗାଇ ୨୦-୩୦ ମିନିଟ ପର୍ଯ୍ୟନ୍ତ ରଖନ୍ତୁ । ଶୁଖିଗଲା ପରେ ଉଷୁମ ପାଣିରେ ଘସି କାଢି ଦିଅନ୍ତୁ ପରେ ଥଣ୍ଡା ପାଣିରେ ଭଲ ଭାବରେ ମୁହଁ ଧୋଇ ଦିଅନ୍ତୁ।

ବ୍ରଣ ଦୂର କରିବାକୁ : ମୁହଁରୁ ବ୍ରଣ ଦୂର କରିବା ପାଇଁ ପାଚିଲା ଅମୃତଭଣ୍ଡାରେ ପେଷ୍ଟ ତିଆରି କରନ୍ତୁ । ଏହାକୁ ମୁହଁରେ ମାକ୍ସ ଭଳି ଲଗାଇ ୧୫-୨୦ ମିନିଟ ରଖି ଥଣ୍ଡା ପାଣିରେ ଧୋଇ ଦିଅନ୍ତୁ। କିଛି ଦିନ ପରେ ଏହାର ଫରକ ଜାଣିପାରିବେ।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories