www.samajalive.in
Friday, December 5, 2025
17.1 C
Bhubaneswar

ବିଜେପୁରରୁ ଆଜି ନାମାଙ୍କନ ପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ବିଜେପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ନାମାଙ୍କନପତ୍ର ଦାଖଲ କରିବେ। ଦିନ ପ୍ରାୟ ୧ଟା ୩୦ରେ ମୁଖ୍ୟମନ୍ତ୍ରୀ ପଦ୍ମପୁର ସ୍ଥିତ ସତୀଭଟା ଏୟାର ଷ୍ଟ୍ରିପରେ ପହଞ୍ଚିବେ। ସେଠାରେ କର୍ମାମାନଙ୍କୁ ଉଦବୋଧନ ଦେବେ। ଏହାପରେ ମୁଖ୍ୟମନ୍ତ୍ରୀ ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ଦିନ ୨ଟା ୧୫ରେ ନାମାଙ୍କନପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୁଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୂଚନା ଅନୁଯାୟୀ, ପ୍ରଥମ ଥର ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ଦୁଇଟି ବିଧାନସଭା ଆସନରୁ ନିର୍ବାଚନ ଲଢୁଛନ୍ତି। ପୂର୍ବରୁ ହିଞ୍ଜିଳି ଆସନ ପାଇଁ ମୁଖ୍ୟମନ୍ତ୍ରୀ ନାମାଙ୍କନ ପତ୍ର ଦାଖଲ କରିସାରିଥିବା ବେଳେ ଆଜି ବିଜେପୁର ବିଧାନସଭା ଆସନ ପାଇଁ ପ୍ରାର୍ଥୀ ପତ୍ର ଦାଖଲ କରିବେ।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories