www.samajalive.in
Tuesday, December 9, 2025
23.1 C
Bhubaneswar

୨୮ ସୁଦ୍ଧା ଭିଭିପ୍ୟାଟ ନେଇ ସତ୍ୟପାଠ ଦାଖଲ ପାଇଁ ନିର୍ବାଚନ ଆୟୋଗଙ୍କୁ ନିର୍ଦେଶ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ସୋମବାର ଆସନ୍ତା ଲୋକସଭା ଏବଂ ବିଧାନସଭା ନିର୍ବାଚନରେ ମତଦାତାଙ୍କୁ ସନ୍ତୁଷ୍ଟ କରିବା ପାଇଁ ଭୋଟର ଭେରିଫିଏବଲ ପେପର ଅଡିଟ ଟ୍ରେଲ (ଭିଭିପ୍ୟାଟ) ବ୍ୟବହାର ନେଇ ମାର୍ଚ୍ଚ ୨୮ ସୁଦ୍ଧା ସତ୍ୟପାଠ ଦାଖଲ କରିବାକୁ ନିର୍ବାଚନ ଆୟୋଗଙ୍କୁ ନିର୍ଦେଶ ଦେଇଛନ୍ତି। ପ୍ରତ୍ୟକ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବ୍ୟବହାର ହେବାକୁ ଥିବା ଭିଭିପ୍ୟାଟ ନମୁନା ସର୍ବେକ୍ଷଣ ସଂଖ୍ୟା ୧ରୁ ଅଧିକକୁ ବୃଦ୍ଧି କରିହେବ କି ନାହିଁ ତାହା ଜଣାଇବାକୁ ସୁପ୍ରିମକୋର୍ଟ କହିଛନ୍ତି। ପ୍ରଧାନ ବିଚାରପତି ରଂଜନ ଗୋଗୋଇ, ଜଷ୍ଟିସ୍‍ ଦୀପକ ଗୁପ୍ତାଙ୍କ ପୀଠ ଉପରୋକ୍ତ ନିର୍ଦେଶ ଦେଇଛନ୍ତି। ନିର୍ବାଚନ ଆୟୋଗଙ୍କୁ ମାର୍ଚ୍ଚ ୨୮ ଅପରାହ୍ଣ ୪ ଟା ସୁଦ୍ଧା ଜବାବ ଦାଖଲ କରିବାକୁ କୁହାଯାଇଛି। ପୀଠ ଏହି ନିର୍ଦେଶ ସହ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁଙ୍କ ନେତୃତ୍ୱରେ ୨୧ ବିରୋଧୀ ଦଳ ନେତାଙ୍କ ଆବେଦନ ଉପରେ ଶୁଣାଣିକୁ ଅପ୍ରେଲକୁ ଘୁଞ୍ଚାଇ ଦେଇଛନ୍ତି।

Hot this week

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରାହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

Related Articles

Popular Categories