www.samajalive.in
Thursday, December 11, 2025
18.1 C
Bhubaneswar

୨ୟ ପର୍ଯ୍ୟାୟ ନିର୍ବାଚନ : ବିଧାନସଭା ପାଇଁ ୨୬୧ ଓ ଲୋକସଭା ପାଇଁ ୩୭ ପ୍ରାର୍ଥୀ ପତ୍ର କାଏମ୍‍

ଭୁବନେଶ୍ୱର : ଏପ୍ରିଲ ୧୮ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ନିମନ୍ତେ ଦାଖଲ ହୋଇଥିବା ପ୍ରାର୍ଥୀପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି ।

ରାଜ୍ୟରେ  ବିଧାନସଭା ପାଇଁ ଦାଖଲ ହୋଇଥିବା ୨୯୯ ପ୍ରାର୍ଥୀପତ୍ର ମଧ୍ୟରୁ ଯାଞ୍ଚ ପରେ ବିଭିନ୍ନ କାରଣରୁ ୩୮ ଜଣଙ୍କର ନାମାଙ୍କନ ପତ୍ର ନାକଚ ହୋଇଯାଇଛି। ସେହିପରି ଲୋକସଭା ଆସନ ପାଇଁ ଦାଖଲ ହୋଇଥିବା ୪୫ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଯାଞ୍ଚ ପରେ ବିଭିନ୍ନ କାରଣରୁ ୮ ଜଣ ପ୍ରୀର୍ଥୀଙ୍କର ନାମାଙ୍କନ ପତ୍ର ନାକଚ ହୋଇଯାଇଛି। ଏହି ପର୍ଯ୍ୟାୟରେ ୫ଟି ଲୋକସଭା ଆସନ ପାଇଁ ମୋଟ ୩୭ ଜଣ ପ୍ରାର୍ଥୀଙ୍କର ନାମାଙ୍କନ ପତ୍ର କାଏମ୍‍ ରହିଛି। ସେହିପରି ୩୫ଟି ବିଧାନସଭା ଆସନ ପାଇଁ ମୋଟ ୨୬୧ ଜଣ ପ୍ରାର୍ଥୀଙ୍କର ନାମାଙ୍କନ ପତ୍ର କାଏମ୍‍ ରହିଛି।
ଏହି ପର୍ଯ୍ୟାୟରେ ଦେଶର ୯୭ଟି ଲୋକସଭା ଆସନ ସମେତ ଓଡ଼ିଶାର ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଏବଂ ଆସ୍କା ଲୋକସଭା ଆସନ ଓ ଏହା ଅନ୍ତର୍ଗତ ୩୫ଟି ବିଧାନସଭା ଆସନରେ ମତଦାନ କରାଯିବ।

- Advertisement -

ଶୁକ୍ରବାର ୨୯ ତାରିଖକୁ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷଦିନ ଭାବେ ଧାର୍ଯ୍ୟ କରାଯାଇଛି।

Hot this week

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଦୁର୍ନୀତିଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ

‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ଲୋକାର୍ପିତ ଭୁବନେଶ୍ୱର: ଯିଏ ଯେଉଁ ପଦବୀରେ ବି...

Related Articles

Popular Categories