www.samajalive.in
Tuesday, December 9, 2025
15.1 C
Bhubaneswar

ସିକ୍ୟୁରିଟି ଗାର୍ଡଙ୍କୁ ତଣ୍ଟି କାଟି ହତ୍ୟା

ପାହାଳ : ଭୁବନେଶ୍ୱରର ପାହାଳଠାରେ ଜଣେ ସିକ୍ୟୁରିଟି ଗାର୍ଡଙ୍କୁ ତଣ୍ଟି କାଟି ହତ୍ୟା କରାଯାଇଛି। ମୃତକଙ୍କ ନାଁ ଗଦାଧର ସ୍ୱାଇଁ। ସେ ଏକ ମାର୍ବଲ ଦୋକାନରେ କାମ କରୁଥିଲେ।

ସୂଚନା ଅନୁସାରେ, ଗୁରୁବାର ସକାଳେ ଦୋକାନକୁ ଲାଗି ଥିବା ଏକ ଘରୁ ତାଙ୍କ ମୃତଦେହ ମିଳିଥିଲା। ଏନେଇ ସ୍ଥାନୀୟ ଲୋକେ ପୁଲିସକୁ ସୂଚନା ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଛି।
ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ଅଭିଯୁକ୍ତକୁ ଧରିବା ଦାବିରେ ଲୋକେ ରାସ୍ତାରୋକ କରିଥିଲେ। ତେବେ ପୁଲିସ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା। ହତ୍ୟାର କାରଣ ଏଯାବତ୍ ଜଣାପଡ଼ି ନାହିଁ। କୌଣସି ଗଣ୍ଡଗୋଳରୁ ଏହି ହତ୍ୟାକାଣ୍ଡ ହୋଇଥାଇପାରେ ବୋଲି ପୁଲିସ ସନ୍ଦେହ କରୁଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories