www.samajalive.in
Monday, December 8, 2025
17.1 C
Bhubaneswar

ବିଜେପିରେ ସାମିଲ ହେଲେ ଅଭିନେତ୍ରୀ ବିଦୁସ୍ମିତା

ଭୁବନେଶ୍ୱର : ଓଲିଉଡ଼ ଅଭିନେତ୍ରୀ ବିଦୁସ୍ମିତା ଗୁରୁବାର ବିଜେପିରେ ସାମିଲ ହୋଇଛନ୍ତି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଶୀର୍ଷ ନେତୃବୃନ୍ଦଙ୍କ ଗହଣରେ ସେ ବିଜେପିରେ ଯୋଗ ଦେଇଛନ୍ତି। ବିଦୁସ୍ମିତା ଓଡ଼ିଆ ସିନେମା ଏବଂ ଟେଲି ଜଗତର ଜଣେ ଚର୍ଚ୍ଚିତ ଅଭିନେତ୍ରୀ। ସେ ଆଲବମ୍ ଜଗତରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛନ୍ତି। ବିବାହପରେ ମଧ୍ୟ ସେ ଅଭିନୟରେ ସକ୍ରିୟ ଅଛନ୍ତି। ବିଦୁସ୍ମିତାଙ୍କ ସ୍ୱାମୀ ଅନନ୍ତ ଦାଶ ବଲାଙ୍ଗୀର ବିଧାନସଭା ଆସନରୁ ବିଜେପିର ପ୍ରାର୍ଥୀ ହୋଇଛନ୍ତି ବୋଲି ଶୁଣିବାକୁ ମିଳୁଛି।

ଉଲ୍ଲେଖଯୋଗ୍ୟ, ଓଡ଼ିଆ ଚଳଚ୍ଚିତ୍ର ଜଗତର ଅନେକ ଲୋକପ୍ରିୟ କଳାକାର ଯେପରିକି ପ୍ରଶାନ୍ତ ନନ୍ଦ, ସିଦ୍ଧାନ୍ତ ମହାପାତ୍ର, ଅନୁଭବ ମହାନ୍ତି, ମିହିର ଦାସ, ମୁନ୍ନା ଖାଁ, ଅରିନ୍ଦମ ରାୟ, କୁନା ତ୍ରପାଠୀ, ଉତ୍ତମ ମହାନ୍ତି, ଶ୍ରୀତମ ଦାସ, ପିଙ୍କି ପ୍ରଧାନ, ମହାଶ୍ୱେତା, ଅନୁ ଚୌଧୁରୀ, ମନ୍ମଥ ମିଶ୍ର, ଅପରାଜିତା ମହାନ୍ତି ପ୍ରମୁଖ ରାଜନୀତିରେ ସକ୍ରିୟ ଅଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories