www.samajalive.in
Wednesday, December 10, 2025
16.1 C
Bhubaneswar

ଆଳୁ ମିଶନରେ ହରିଲୁଟ୍ ଅଭିଯୋଗ ଆଣିଲା ବିଜେପି

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଆଳୁ ମିଶନ ଫେଲ ମାରିଛି । ଆଳୁ ମିଶନରେ ଟଙ୍କା ଲୁଟ୍ ହୋଇଛି ଏବଂ ଲୁଟ୍ ଅର୍ଥରେ ସରକାରୀ ବାବୁ ରାଜ୍ୟ ବାହାରକୁ ବୁଲିବାକୁ ଯାଉଛନ୍ତି । ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପିର ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ଅଭିଯୋଗ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ୨୦୧୪ ଡିସେମ୍ବର ୨୭ରେ ସରକାର ଏହି ମିଶନ ବିଷୟରେ ଘୋଷଣା କରିଥିଲେ । କିନ୍ତୁ ଆଳୁ ଉତ୍ପାଦନ ବୃଦ୍ଧି ପାଇନଥିବା ସରକାରୀ ରିପୋର୍ଟରୁ ସ୍ପଷ୍ଟ ହୋଇଛି । ଶୀତଳ ଭଣ୍ଡାର ନାହିଁ ଏବଂ ୩୦୦କୋଟି ଟଙ୍କା ହରିଲୁଟ୍ ହୋଇଛି । ସେହି ଅର୍ଥରେ ସରକାରୀ ଅଫିସରମାନେ ବାହାର ରାଜ୍ୟ ବୁଲିଛନ୍ତି ବୋଲି ବିଜେପି ନେତା ପୃଥ୍ୱୀରାଜ ହରିଚନ୍ଦନ ଅଭିଯୋଗ କରିଛନ୍ତି ।

Hot this week

ଧାନ ରଖି ଚାଷୀଙ୍କ ରାଜପଥ ଅବରୋଧ: ପୁଲିସ ସହ ଧସ୍ତାଧସ୍ତି, ୩ ଘଣ୍ଟା ଯାତାୟାତ ବନ୍ଦ

ଅତାବିରା/ରେଙ୍ଗାଲିକ୍ୟାମ୍ପ, : ମଣ୍ଡି ଗୁଡିକରେ ମନ୍ଥର ଗତିରେ ଧାନ ଉଠୁଥିଲା। ମଣ୍ଡିରୁ...

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

Related Articles

Popular Categories