www.samajalive.in
Tuesday, December 9, 2025
17.1 C
Bhubaneswar

ନିର୍ବାଚନ ପର୍ଯ୍ୟବେକ୍ଷକଙ୍କ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ଏପ୍ରିଲ ୧୧ତାରିଖରେ ସାଧାରଣ ନିର୍ବାଚନ ନିମନ୍ତେ ନିର୍ବାଚନ ପରିଚାଳନା ସମ୍ବନ୍ଧୀୟ ତଥ୍ୟ ଏବଂ ଆଚରଣ ବିଧି ତଦାରଖ କରିବା ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରଜନିକାନ୍ତ ଜୈନ ଏବଂ ହିସାବ ପତ୍ର ପର୍ଯ୍ୟବେକ୍ଷକ ସତୀଶ କୁମାର ମାଲକାନଗିରି ଜିଲ୍ଲାରେ ପହଞ୍ଚିଛନ୍ତି। ସେମାନେ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଏବଂ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା ସମସ୍ତ ପଦାଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ପରେ ଉଭୟ ମାଲକାନଗିରି ଓ ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀର ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥି ଓ ସ୍ୱାଧିନ ପ୍ରାର୍ଥୀ ଏବଂ ସେମାନଙ୍କ ପ୍ରତିନିଧିମାନଙ୍କ ସହ ନିର୍ବାଚନ ସୁପରିଚାଳନା ଏବଂ ଆଚରଣ ବିଧି ସମ୍ବନ୍ଧରେ ଆଲୋଚନା କରିଛନ୍ତି।

ସେହିପରି ଏପ୍ରିଲ ୧୮ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ସାଧାରଣ ପର୍ଯ୍ୟବେକ୍ଷକ ସ୍ୱରୂପ ପି. ଓ ଏମ୍‍.ଜେ.ଠାକୁର ଏବଂ ଖର୍ଚ୍ଚ ପର୍ଯ୍ୟବେକ୍ଷକ ରାମେଶ୍ୱର ମିନା ବୌଦ୍ଧରେ ପହଞ୍ଚିଛନ୍ତି। ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ସୀତାଂଶୁ କୁମାର ରାଉତଙ୍କ ଅଧ୍ୟକ୍ଷତାରେ ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବା ଉଦ୍ଦେଶ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକମାନେ ଯୋଗଦେଇ ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀ ଓ ସେମାନଙ୍କ ପ୍ରତିନିଧିମାନଙ୍କ ସହିତ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶାବଳୀ ଓ ଆଚରଣ ସଂହିତା ପାଳନ ସମ୍ପର୍କରେ ଆଲୋଚନା କରିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories