www.samajalive.in
Tuesday, December 9, 2025
16.1 C
Bhubaneswar

ବିଜେଡିରୁ ଇସ୍ତଫା ଦେଲେ ରଘୁନାଥ ମହାନ୍ତି

ଭୁବନେଶ୍ୱର : ଜଣଙ୍କ ପରେ ଜଣେ ଟାଣୁଆ ନେତା ବିଜେଡିରୁ ଇସ୍ତଫା ଦେଉଛନ୍ତି । ସେହି କ୍ରମରେ ଶନିବାର ଉଠା ଜଳସେଚନ ନିଗମ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିବା ରଘୁନାଥ ମହାନ୍ତି ରବିବାର ବିଜେଡି ଛାଡିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ଓ ଉପସଭାପତି ପଦରୁ ରଘୁନାଥ ମହାନ୍ତି ଇସ୍ତଫା ଦେଇଛନ୍ତି । ସେ ତାଙ୍କ ଇସ୍ତଫା ପତ୍ର ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି । ରଘୁନାଥ ମହାନ୍ତି ଇସ୍ତଫା ପତ୍ରରେ ବ୍ୟକ୍ତିଗତ କାରଣ ଦର୍ଶାଇଛନ୍ତି । କିନ୍ତୁ ବିଜେଡ଼ିର ଟିକେଟ ବଣ୍ଟନରେ ସେ ଅସନ୍ତୁଷ୍ଟ ହୋଇ ଦଳ ଛାଡିଥିବା ଅନୁମାନ କରାଯାଉଛି । ତେବେ ରଘୁନାଥ ମହାନ୍ତି ବିଜେଡି ଛାଡିଲା ପରେ କେଉଁ ଦଳରେ ମିଶିବେ ତାକୁ ନେଇ ଚର୍ଚ୍ଚା ହେଉଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories