www.samajalive.in
Monday, December 8, 2025
14.1 C
Bhubaneswar

ଉତ୍କଳ ଦିବସରେ ସମାଜ ପକ୍ଷରୁ ରାଜ୍ୟସ୍ତରୀୟ ଆଲୋଚନା ଚକ୍ର; ଗାନ୍ଧୀବାଦ ଆପଣେଇବାକୁ ଯୁବପିଢ଼ିଙ୍କୁ ଆହ୍ବାନ

ଭୁବନେଶ୍ଵର: ଉତ୍କଳ ଦିବସ ଅବସରରେ ‘ ସମାଜ’ ପକ୍ଷରୁ ସୋମବାର ଭାରତୀୟ ବିଦ୍ୟା ଭବନଠାରେ ଏକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ‘ଗାନ୍ଧୀବାଦ ଏବଂ ସାମ୍ପ୍ରତିକ ବିଶ୍ଵରେ ଏହାର ପ୍ରାସଙ୍ଗିକତା’ ବିଷୟବସ୍ତୁ ଉପରେ ଆଲୋଚନା ହୋଇଥିଲା। ଅତିଥିଭାବେ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ, ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆ, ସମାଜସେବୀ ନମ୍ରତା ଚଢ଼ା, କଲୋନେଲ ବି.କେ. ମହାପାତ୍ର ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଆଜିର ଯୁବପିଢ଼ି ଗାନ୍ଧୀବାଦକୁ ଆପଣେଇ ଭବିଷ୍ୟତ ମାର୍ଗଦର୍ଶନ କରିପାରିଲେ ସଫଳତା ପାଇପାରିବେ ବୋଲି ଅତିଥିମାନେ ମତ ଦେଇଥିଲେ।

ସମାଜର ମୁଦ୍ରାକର ଓ ପ୍ରକାଶକ ନିରଞ୍ଜନ ରଥ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲା ବେଳେ ସମାଜର ମୁଖ୍ୟ ସଂଯୋଜକ ସୁରେଶ ଚନ୍ଦ୍ର ମନ୍ତ୍ରୀ ସଂଯୋଜନା କରିଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories