www.samajalive.in
Thursday, December 11, 2025
18.1 C
Bhubaneswar

ରାହାଣେଙ୍କୁ ୧୨ ଲକ୍ଷ ଟଙ୍କା ଜୋରିମାନା

ଚେନ୍ନଇ : ରବିବାର ଏଠାରେ ଚେନ୍ନଇ ସୁପର କିଙ୍ଗ୍‌ସ ବିପକ୍ଷ ଆଇପିଏଲ ମ୍ୟାଚରେ ଦଳୀୟ ବୋଲରଙ୍କ ଧିମା ବୋଲିଂ ହାର କାରଣରୁ ରାଜସ୍ଥାନ ରୟାଲ୍‌ସ ଅଧିନାୟକ ଅଜିଙ୍କ୍ୟ ରାହାଣେଙ୍କୁ ୧୨ ଲକ୍ଷ ଟଙ୍କା ଜୋରିମାନା ଗଣିବାକୁ ପଡିଛି। ଏହି ମ୍ୟାଚରେ ରାଜସ୍ଥାନ ରୟାଲ୍‌ସ ବୋଲରମାନେ ନିର୍ଦ୍ଧାରିତ ସମୟରେ ତିନି ଓଭର କମ ବୋଲିଂ କରିଥିବା ଜଣାପଡିଛି। ତେବେ ଚଳିତ ଆଇପିଏଲରେ ରାଜସ୍ଥାନ ରୟାଲ୍‌ସର ଏହା ପ୍ରଥମ ଘଟଣା ହୋଇଥିବାରୁ ଅଧିନାୟକଙ୍କୁ ସର୍ବନିମ୍ନ ଅର୍ଥଦଣ୍ଡରେ ଦଣ୍ଡିତ କରାଯାଇଛି। ସୂଚନାଯୋଗ୍ୟ ଦୁଇ ଦିନ ପୂର୍ବେ ଅନୁରୂପ କାରଣରୁ ମୁମ୍ବଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମାଙ୍କ ଉପରେ ମଧ୍ୟ ୧୨ ଲକ୍ଷ ଟଙ୍କା ଜୋରିମାନା ଲାଗୁ କରାଯାଇଛି।

Hot this week

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

Related Articles

Popular Categories