www.samajalive.in
Monday, December 8, 2025
27.1 C
Bhubaneswar

ଡାକ୍ତର ଭୂଦାନ ମୁର୍ମୁଙ୍କ ଇସ୍ତଫାପତ୍ର ଗୃହୀତ

ଭୁବନେଶ୍ୱର : ବିଜେପି ପ୍ରାର୍ଥୀ ଡାକ୍ତର ଭୂଦାନ ମୁର୍ମୁଙ୍କ ଇସ୍ତଫାପତ୍ରକୁ ଗୁରୁବାର ରାଜ୍ୟ ସରକାର ଗ୍ରହଣ କରିଛନ୍ତି। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେପି ଡା. ମୁର୍ମୁଙ୍କୁ ମୟୂରଭଞ୍ଜର ସାରସକଣା ବିଧାନସଭା ଆସନରୁ ପ୍ରାର୍ଥୀ କରିଛି। ତେଣୁ ନିର୍ବାଚନ ଲଢିବା ପାଇଁ ସେ ୬ ମାସ ତଳୁ ତାଙ୍କ ଇସ୍ତଫାପତ୍ର ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିକଟକୁ ପଠାଇ ଦେଇଥିଲେ। ହେଲେ ଗତକାଲି ପର୍ୟ୍ୟନ୍ତ ତାଙ୍କ ଇସ୍ତଫାପତ୍ରକୁ ରାଜ୍ୟ ସରକାର ଗ୍ରହଣ କରି ନଥିଲେ। ଇସ୍ତଫାପତ୍ର ଗୃହୀତ ହେଉ ନଥିବାରୁ ବୁଧବାର ଭୂଦାନଙ୍କ ସହିତ ବିଜେପିର ଏକ ପ୍ରତିନିଧି ଦଳ ନବୀନ ନିବାସ ଯାଇଥିଲେ। ସେମାନେ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବଙ୍କ ନିକଟରେ ଏ ବିଷୟରେ ଆଲୋଚନା କରିବା ସହିତ ଦିନ ତମାମ ଧାରଣା ଦେଇଥିଲେ। ଆଜି ମଧ୍ୟ ଡାକ୍ତର ଭୂଦାନ ମୁର୍ମୁ ଓ ବିଜେପିର ଏକ ପ୍ରତିନିଧି ଦଳ ମୁଖ୍ୟ ଶାସନ ସଚିବ ଓ ସ୍ୱାସ୍ଥ୍ୟ ସଚିବଙ୍କୁ ଭେଟି ଏ ସମ୍ପର୍କରେ ଅବଗତ କରାଇଥିଲେ।

ଉଲ୍ଲେଖଯୋଗ୍ୟ, ଭୂଦାନ ମୁର୍ମୁ ମୟୂରଭଞ୍ଜ ଜିଲା ଭାଲୁକି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ଭାବେ କାର୍ୟ୍ୟରତ ଥିଲେ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories