www.samajalive.in
Monday, December 8, 2025
24.1 C
Bhubaneswar

କଂଗ୍ରେସ ହାତ ଧରିଲେ ଶତ୍ରୁଘ୍ନ ସିହ୍ନା

ପାଟନା: ବହୁ ପ୍ରତୀକ୍ଷାର ଅନ୍ତ ଘଟାଇ ବିଜେପିର ବିଦ୍ରୋହୀ ନେତା ତଥା ବଲିଉଡ୍ ଅଭିନେତା ଶତ୍ରୁଘ୍ନ ସିହ୍ନା ଶନିବାର କଂଗ୍ରେସରେ ଯୋଗ ଦେଇଛନ୍ତି । କଂଗ୍ରେସ ମୁଖପାତ୍ର ରଣଦୀପ ସିଂହ ସୁରଜେବାଲାଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ସେ ଦଳରେ ସାମିଲ ହୋଇଛନ୍ତି । କଂଗ୍ରେସରେ ଯୋଗ ଦେଇ ଶତ୍ରୁଘ୍ନ ସିହ୍ନା କହିଛନ୍ତି ଯେ, ବିଜେପିର ସ୍ଥାପନା ଦିବସ ଅବସରରେ ଦଳ ଛାଡୁଥିବାରୁ ମୁଁ ଦୁଃଖିତ ।

ବିହାରର ନିର୍ବାଚନୀ ପ୍ରଚାର ପାଇଁ କଂଗ୍ରେସର ଜାରି ହୋଇଥିବା ଷ୍ଟାର ପ୍ରଚାରକ ସୂଚୀରେ ପୂର୍ବରୁ ଶତ୍ରୁଘ୍ନ ସିହ୍ନାଙ୍କ ନାମ ରହିଛି । ପାରମ୍ପରିକ ଆସନ ବିହାର ପାଟନା ସାହିବ ଆସନରେ ଶତ୍ରୁଘ୍ନ ସିହ୍ନା ନିର୍ବାଚନ ଲଢିପାରନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି ।

- Advertisement -

ସୂଚନାଯୋଗ୍ୟ, ଦୀର୍ଘଦିନ ଧରି ବିଜେପି ସାଂସଦ ଶତ୍ରୁଘ୍ନ ସିହ୍ନା ଦଳ ଉପରେ ଅସନ୍ତୁଷ୍ଟ ଥିଲେ । ପୂର୍ବରୁ ସେ ବାରମ୍ବାର ମୋଦୀ ବିରୋଧୀ ମନ୍ତବ୍ୟ ଦେଉଥିଲେ ଏବଂ ମୋଦୀଙ୍କ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇ ଥିଲେ । ଭାରତୀୟ ଜନତା ପାର୍ଟିରୁ ତାଙ୍କୁ ଟିକେଟ ନ ମିଳିବାରୁ କଂଗ୍ରେସରେ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଥିଲା ।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories