www.samajalive.in
Friday, December 12, 2025
16.1 C
Bhubaneswar

ଆଇପିଏଲରେ ଜୋସେଫଙ୍କ ସର୍ବଶ୍ରେଷ୍ଠ ବୋଲିଂ ପ୍ରଦର୍ଶନ: ୪୦ରନରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ

ନୂଆଦିଲ୍ଲୀ: ଅଲଜ୍ଜାରି ଜୋସେଫଙ୍କ ୬ ଉଇକେଟ ଏବଂ ପୋଲାର୍ଡଙ୍କ ୪୬ ରନ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ଟି-୨୦ ଲିଗର ୧୯ତମ ମ୍ୟାଚରେ ହାଇଦରାବାଦକୁ ୪୦ ରନରେ ପରାସ୍ତ କରିଛି। ଏଥି ସହିତ ମୁମ୍ବାଇ ଇଣ୍ଡିଆନ୍ସ ଚଳିତ ସିଜିନର ତୃତୀୟ ମ୍ୟାଚ ହାତେଇ ନେଇଛି। ପ୍ରଥମେ ଟସ ଜିତି ମୁମ୍ବାଇ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୧୩୬ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ହାଇଦରାବାଦ ୧୭.୪ ଓଭରରେ ସମସ୍ତ ଉଇକେଟ ହରାଇ ମାତ୍ର ୯୬ ରନ ସଂଗ୍ରହ କରିବାକୁ ସକ୍ଷମ ହୋଇଥିଲେ। ଚଳିତ ସିଜିନରେ ହାଇଦରାବାଦର ଏହା ଦ୍ଵିତୀୟ ହାର।ସର୍ବଶ୍ରେଷ୍ଠ ବୋଲିଂ ପ୍ରଦର୍ଶନ କରି ବୋଲର ଅଲଜ୍ଜାରି ଜୋସେଫ ପ୍ରଥମ ବୋଲର ଭାବେ ୩.୪ ଓଭରରେ ୧୨ ରନ ବଦଳରେ ୬ ଉଇକେଟ ଅକ୍ତିଆର କରିଛନ୍ତି। ଏହା ପୂର୍ବରୁ ଆଣ୍ଡ୍ରୟୁ ଟାଇ ୧୭ରନ ବଦଳରେ ୫ ଉଇକେଟ ନେଇଥିଲେ। ଜୋସେଫଙ୍କୁ ମ୍ୟାନ ଅଫ ଦ ମ୍ୟାଚ ଘୋଷଣା କରାଯାଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories