www.samajalive.in
Monday, December 8, 2025
24.1 C
Bhubaneswar

ପୁଲୱାମାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ

ନୂଆଦିଲ୍ଲୀ : ଦକ୍ଷିଣ କାଶ୍ମୀରର ପୁଲୱାମା ଜିଲାରେ ରବିବାର ସକାଳୁ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଥିଲେ । ସ୍ଥାନୀୟ ଅଞ୍ଚଳରେ ଜୈଶ-ଏ-ମହମ୍ମଦର ୩ ଜଣ ଆତଙ୍କବାଦୀ ଲୁଚି ରହିଥିବା ଖବର ପାଇ ସୁରକ୍ଷାକର୍ମୀମାନେ ଘେରି ରହିଛନ୍ତି ।

ସୂଚନାଯୋଗ୍ୟ, ରବିବାର ସକାଳେ ସିଆରପିଏଫ ୧୮୦ ବାଟାଲିୟନ ଏବଂ ଏସଓଜି ମିଳିତ ଭାବେ ସର୍ଚ୍ଚ ଅପରେସନ ଆରମ୍ଭ ଚଳାଇଥିବା ବେଳେ ସେଠାରେ ଲୁଚି ରହିଥିବା ଆତଙ୍କବାଦୀ ସେମାନଙ୍କ ଉପରକୁ ଗୁଳି ବର୍ଷଣ କରିଥିଲେ । ସୁରକ୍ଷାକର୍ମୀମାନେ ମଧ୍ୟ ଏହାର ପାଲଟା ଜବାଜ ଦେଇଥିଲେ । ପରେ କିଛି ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲ । ବର୍ତ୍ତମାନ ଗୁଳି ବିନିମୟ ବନ୍ଦ ହୋଇ ଯାଇଥିଲେ ମଧ୍ୟ ସୁରକ୍ଷାକର୍ମୀ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅବରେସନ ଜାରି ରହିଛି ।

- Advertisement -

ଏହା ପୂର୍ବରୁ ଦକ୍ଷିଣ କାଶ୍ମୀର ଶୋପିଆ ଜିଲା​‌ରେ ଶନିବାର ସୁରକ୍ଷାକର୍ମୀ ଏନକାଉଣ୍ଟର କରିଥିଲା। ଏଥିରେ ଦୁଇ ଜଣ ଆତଙ୍କବାଦୀ ନିପାତ ହୋଇଥିଲେ । ମୃତ ଆତଙ୍କବାଦୀଙ୍କ ପରିଚୟ ମିଳିଥିଲା। ମୃତ ଆତଙ୍କବାଦୀଙ୍କ ମଧ୍ୟରେ ଜଣେ ରାହିଲ ରାଶିଦ ଏମ୍ ଡିଗ୍ରୀ ଧାରି ବୋଲି ଜଣାପଡିଥିଲା ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories