www.samajalive.in
Sunday, December 7, 2025
14.1 C
Bhubaneswar

ବିଜେପି ବିଧାୟକ ପ୍ରାର୍ଥୀଙ୍କ ଭଣଜାଙ୍କୁ ଆକ୍ରମଣ

ଗଞ୍ଜାମ : ଗଞ୍ଜାମ ଜିଲା ଭଞ୍ଜନଗର ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀଙ୍କ ଭଣଜାଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଆକ୍ରମଣର ଶିକାର ହୋଇଥିବା ବ୍ୟକ୍ତିଙ୍କ ନାମ ହେଉଛି ଅଜିତ ପ୍ରଧାନ। ଅଜିତଙ୍କୁ ଉଦ୍ଧାର କରାଯାଇ ଭଞ୍ଜନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏନେଇ ଭଞ୍ଜନଗର ଥାନାରେ ଅଭିଯୋଗ କରାଯାଇଛି।

ସୂଚନାଯୋଗ୍ୟ ଯେ, ବୁଧବାର ଦିନ କୁଲାଡରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କାର୍ଯ୍ୟକ୍ରମ ଥିଲା। ଏହାକୁ ନେଇ ବିଜେପି ଓ ବିଜେଡି କର୍ମୀଙ୍କ ମଧ୍ୟରେ ବଚସା ହୋଇଥିା। ଏହାପରେ ତୁରୁମ ଗ୍ରାମରେ ବିଜେପି ବିଧାୟକ ପ୍ରାର୍ଥୀ ପ୍ରଦ୍ୟୁମ ନାୟକଙ୍କ ଭଣଜା ଅଜିତଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା। ଅଜିତଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଥିବା ଜଣାପଡିଛି। ଏହି ଆକ୍ରମଣ ପଛରେ ବିଜେଡି ନେତାଙ୍କ ହାତ ରହିଥିବା ସେ ଅଭିଯୋଗ କରିଛନ୍ତି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories