www.samajalive.in
Wednesday, December 10, 2025
16.1 C
Bhubaneswar

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ : ପ୍ରାର୍ଥୀପତ୍ର ପ୍ରତ୍ୟାହାର ଶେଷ

ନୂଆଦିଲ୍ଲୀ/ଭୁବନେଶ୍ବର :  ଚତୁର୍ଥ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ  ଗୁରୁବାର ସଂଧ୍ୟାରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୯ଟି ରାଜ୍ୟର ୭୧ଟି  ଲୋକସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୩ ତାରିଖରେ ଭୋଟ୍‍ ନିଆଯିବ।

ମହାରାଷ୍ଟ୍ରର ୧୭ଟି ସଂସଦୀୟ ନିର୍ବାଚନ କ୍ଷେତ୍ର ସମେତ ଉତ୍ତରପ୍ରଦେଶ ଓ ରାଜସ୍ଥାନର ୧୩ଟି ଲେଖାଏଁ, ପଶ୍ଚିମବଙ୍ଗର ୮ଟି, ଓଡ଼ିଶା ଓ  ମଧ୍ୟପ୍ରଦେଶର ୬ଟି ଲେଖାଏଁ, ବିହାରର ୫ଟି ଏବଂ ଝାଡ଼ଖଣ୍ଡର ୩ଟି ସଂସଦୀୟ ଆସନ ପାଇଁ ମତଦାନ ହେବ।

- Advertisement -

ଏହି ପର୍ଯ୍ୟାୟରେ ରାଜ୍ୟରେ ୬ଟି ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭୋଟ ଗ୍ରହଣ କରାଯିବ। ଏହି ୬ଟି ଲୋକସଭା ଆସନ ହେଉଛି ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତ୍‌ସିଂହପୁର ।

ମୟୂରଭଞ୍ଜ ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ଯଶୀପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷୀ, ଉଦଳା, ବଡ଼ସାହି, ବାରିପଦା, ବିଧାନସଭା ଆସନରେ ଏପ୍ରିଲ ୨୩ ତାରିଖରେ ମତଦାନ ହେବ।

ସେହିପରି ବାଲେଶ୍ୱର ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ମୋରଡ଼ା,  ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି ବିଧାନସଭା ଆସନରେ ସେହିଦିନ ଭୋଟ ଗ୍ରହଣ କରାଯିବ।

ଭଦ୍ରକ ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ସୋର, ସିମୁଳିଆ, ଭଣ୍ଡାରୀପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର ଓ ଚାନ୍ଦବାଲି ବିଧାନସଭା ଆସନରେ ଏପ୍ରିଲ ୨୩ ତାରିଖରେ ମତଦାନ ହେବ।

ସେହିପରି ଯାଜପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ବିଞ୍ଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ ଓ ସୁକିନ୍ଦା ବିଧାନସଭା ଆସନରେ ମଧ୍ୟ ଏହି ଦିନ ଭୋଟ ଅନୁଷ୍ଠିତ ହେବ।

ଅନ୍ୟ ପକ୍ଷରେ କେନ୍ଦ୍ରାପଡ଼ା ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର, ମହାକାଳପଡ଼ା ସାଲେପୁର ଓ ମାହାଙ୍ଗା ବିଧାନସଭା ଆସନରେ ଆସନ୍ତା ୨୯ ତାରିଖରେ ମତଦାନ ହେବାକୁ ଥିବାବେଳେ ଜଗତସିଂହପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ନିଆଳୀ, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା, ଜଗତସିଂହପୁର, କାକଟପୁର ଓ ନିମାପଡ଼ା ବିଧାନସଭା ଆସନରେ ମଧ୍ୟ ଏହି ଦିନ ମତଦାନ ହେବ

 

Hot this week

ରାଖେଲଗୁଡ଼ା-ଏମ୍‌ଭି-୨୬ ଗାଁରେ ଉତ୍ତେଜନା ଘଟଣା: ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର

ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା ପୋଟେରୁ...

ଧାନ ରଖି ଚାଷୀଙ୍କ ରାଜପଥ ଅବରୋଧ: ପୁଲିସ ସହ ଧସ୍ତାଧସ୍ତି, ୩ ଘଣ୍ଟା ଯାତାୟାତ ବନ୍ଦ

ଅତାବିରା/ରେଙ୍ଗାଲିକ୍ୟାମ୍ପ, : ମଣ୍ଡି ଗୁଡିକରେ ମନ୍ଥର ଗତିରେ ଧାନ ଉଠୁଥିଲା। ମଣ୍ଡିରୁ...

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

Related Articles

Popular Categories