www.samajalive.in
Monday, December 8, 2025
17.1 C
Bhubaneswar

ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରଚାର ସରଗରମ

ନୂଆଦିଲ୍ଲୀ: ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରଚାର ସରଗରମ ହୋଇଛି। ବିଭିନ୍ନ ରାଜନୈତିକ ଦଳର ପ୍ରମୁଖ ନେତାମାନେ ଦେଶର ବିଭିନ୍ନ ସ୍ଥାନରେ ସାଧାରଣ ସଭାରେ ଯୋଗ ଦେଇ ଦଳୀୟ ପ୍ରାର୍ଥୀମାନଙ୍କ ସପକ୍ଷରେ ପ୍ରଚାର କରୁଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିଜେପି ଅଧ୍ୟକ୍ଷ ଅମିତ ଶାହା, କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପ୍ରମୁଖ ଦେଶର ବିଭିନ୍ନ ସ୍ଥାନରେ ମାରାଥନ ନିର୍ବାଚନ ପ୍ରଚାର କରୁଛନ୍ତି।

ଆସନ୍ତା ଗୁରବାର ଦିନ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଭୋଟ୍‍ ଗ୍ରହଣ କରାଯିବ। ୧୩ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୭ଟି ଆସନରେ ଏହି ପର୍ଯ୍ୟାୟରେ ଭୋଟ୍‍ଗ୍ରହଣ କରାଯିବ। ତାମିଲ୍‍ନାଡ଼ୁର ସମସ୍ତ ୩୯ଟି ନିର୍ବାଚନ ମଣ୍ଡଳୀରେ ଭୋଟ୍‍ ନିଆଯିବ। ଦ୍ୱିତୀୟ ପର୍ଯ୍ୟାୟରେ ଅନ୍ୟ ଯେଉଁ ସଂସଦୀୟ ନିର୍ବାଚନ ମଣ୍ଡଳଗୁଡ଼ିକରେ ଭୋଟ୍‍ଗ୍ରହଣ କରାଯିବ, ସେଥିମଧ୍ୟରେ କର୍ଣ୍ଣାଟକର ୧୪ଟି, ମହାରାଷ୍ଟ୍ରାର ୧୦ଟି, ଉତ୍ତରପ୍ରଦେଶର ୮ଟି, ଆସାମ, ବିହାର ଓ ଓଡ଼ିଶାର ୫ଟି ଲେଖାଏଁ, ଛତିଶଗଡ଼, ପଶ୍ଚିମବଙ୍ଗର ୩ଟି ଲେଖାଏଁ, ଜାମ୍ମୁ-କାଶ୍ମୀରର ୨ଟି ଓ ମଣିପୁର, ତ୍ରିପୁରା ଓ ପୁଦୁଚେରୀର ଗୋଟିଏ ଲେଖାଏଁ ଆସନ ରହିଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories