www.samajalive.in
Tuesday, December 9, 2025
17.1 C
Bhubaneswar

‘ଚୌକିଦାର ଚୋର ହୈ’ ମନ୍ତବ୍ୟ ଦେଇ ଅଡୁଆରେ ରାହୁଲ; ସୁପ୍ରିମକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ: ‘ଚୌକିଦାର ଚୋର ହୈ’ ମନ୍ତବ୍ୟ ଦେଇ ଅଡୁଆରେ ପଡ଼ିଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ରାଫେଲ ମାମଲାରେ ରାହୁଲ ସବୁବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ‘ଚୌକିଦାର ଚୋର ହୈ’ କହିଆସୁଥିଲେ। ଗତ ସପ୍ତାହରେ ସୁପ୍ରିମକୋର୍ଟ ରାଫେଲ ମାମଲାର ପୁନର୍ବାର ଶୁଣାଣି କରିବେ ବୋଲି ରାୟ ଦେଇଥିଲେ। ଏହା ପରେ ରାହୁଲ କହିଥିଲେ ଯେ, ସୁପ୍ରିମକୋର୍ଟ ବି ମାନିଲେ ‘ଚୌକିଦାର ଚୋର ହୈ’। କିନ୍ତୁ ସୁପ୍ରିମକୋର୍ଟ ଏଭଳି ମନ୍ତବ୍ୟ ଦେଇ ନ ଥିବା ଦର୍ଶାଇ ରାହୁଲଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା ରୁଜୁ ହୋଇଥିଲା। ବିଜେପି ନେତା ମିନାକ୍ଷୀ ଲେଖି ସୁପ୍ରିମକୋର୍ଟରେ ମାମଲା ଦାୟର କରିଥିଲେ। ଅଦାଲତ ଅବମାନନା ମାମଲାରେ ସୁପ୍ରିମକୋର୍ଟ ରାହୁଲଙ୍କୁ ନୋଟିସ ଜାରି କରିଛନ୍ତି। ଆସନ୍ତା ୨୩ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି କୋର୍ଟ ଦିନ ଧାର୍ଯ୍ୟ କରିଛନ୍ତି। ଏହି ସମୟ ମଧ୍ୟରେ ରାହୁଲ ନିଜର ଉତ୍ତର ରଖିବାକୁ ସୁପ୍ରିମକୋର୍ଟ କହିଛନ୍ତି। ସୋମବାର ମାମଲାର ଶୁଣାଣି ହୋଇଥିଲା। ଏହି ସମୟରେ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ କହିଥିଲେ ଯେ, ମୁଁ ଏଭଳି ବୟାନ କେବେ ଦେଇ ନ ଥିଲି। ଏହାକୁ ନେଇ ମୁଁ ଜବାବ ମାଗିବାକୁ ଚାହୁଁଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories