www.samajalive.in
Sunday, December 7, 2025
23.1 C
Bhubaneswar

ଭୁବନେଶ୍ବରରେ ଆଜି ପ୍ରଧାନମନ୍ତ୍ରୀଙ୍କ ରୋଡ୍‌ ଶୋ’ ଓ ନିର୍ବାଚନୀ ସଭା

ଭୁବନେଶ୍ବର :  ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଅଭିଯାନ ଆଜି ଶେଷ ହେଉଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବରରେ ରୋଡ୍‌ ଶୋ’ କରିବା ସହିତ ସାଧାରଣ ଜନତାଙ୍କୁ ଉଦବୋଧନ ଦେବେ। ପ୍ରଧାନମନ୍ତ୍ରୀ  ଅପରାହ୍ଣ ୫ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ରୋଡ୍‌ ଶୋ’ କରି ବରମୁଣ୍ଡା ପଡିଆକୁ  ଯିବେ। ଶ୍ରୀ ମୋଦୀ ଭୁବନେଶ୍ବର ଅନ୍ତର୍ଜାତୀୟ ବିମାନବନ୍ଦରରୁ ବାହାରି ନୂଆ ଏୟାରପୋର୍ଟ ଛକ, ଗଙ୍ଗନଗର ଛକ, ଶିରିପରୁ ଛକ, ସିଟି ଓମେନ୍ସ ଛକ, ବରମୁଣ୍ଡା ନୀଳକଣ୍ଠେଶ୍ବର ମନ୍ଦିର, ଓୟୁଏଟି ଫାର୍ମ ହାଉସ୍‌ ରାସ୍ତା ଦେଇ ବରମୁଣ୍ଡା ଓଭରବ୍ରିଜ୍‌ ନିକଟରେ ପହଞ୍ଚିବେ। ସେଠାରୁ ବରମୁଣ୍ଡା ପଡ଼ିଆ ପର୍ଯ୍ୟନ୍ତ ଯିବେ। ‌ଏହାପରେ ବରମୁଣ୍ଡା ପଡ଼ିଆରେ ସା‌ଧାରଣ ସଭାରେ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ସକାଳୁ ସକାଳୁ ଭୁବନେଶ୍ବରରେ ବିଜେପି ନେତା, କର୍ମୀ ଓ ସାଧାରଣ ଲୋକ ପହଞ୍ଚିବାରେ ଲାଗିଛନ୍ତି।

ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ପ୍ରଧାନମନ୍ତ୍ରୀ ପ୍ରଥମେ ସମ୍ବଲପୁରରେ ଏକ ନିର୍ବାଚନୀ ସଭାରେ ଯୋଗଦେବେ । ପରେ ସେ ଭୁବନେଶ୍ବର ଆସିବେ।

Hot this week

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

Related Articles

Popular Categories