www.samajalive.in
Saturday, December 6, 2025
14.1 C
Bhubaneswar

ବରଗଡରେ କେନ୍ଦ୍ରକୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ

ବରଗଡ : ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବରଗଡ ଜିଲା ନିଶାମଣୀ ପଡିଆରେ ଏକ ସାଧାରଣ ସଭାରେ ଯୋଗ ଦେଇଛନ୍ତି। ଏହି ସଭାରେ ମୁଖ୍ୟମନ୍ତ୍ରୀ ଜୟ ଜଗନ୍ନାଥ ଓ ଜୁହାର କହି ନିଜ ଅଭିଭାଷଣ ଆରମ୍ଭ କରିଛନ୍ତି। ପ୍ରଚଣ୍ଡ ଖରା ସତ୍ତ୍ବେ ଲୋକମାନେ ସେଠାକୁ ଆସିଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଛନ୍ତି ଯେ, କାଳିଆ ଯୋଜନାରେ ୪୦ ଲକ୍ଷ ଚାଷୀ ଉପକୃତ ହୋଇଛନ୍ତି। କିନ୍ତୁ କେନ୍ଦ୍ରର ବିଜେପି ସରକାର ଏହାକୁ ବନ୍ଦ କରିବାକୁ ଚକ୍ରାନ୍ତ କରୁଛି। କିନ୍ତୁ ମୁଁ ଥିବା ପର୍ଯ୍ୟନ୍ତ ଏହାକୁ କେହି ବନ୍ଦ କରିପାରିବେନି। ୨୦୧୪ରେ ବିଜେପି ଦେଇଥିବା ପ୍ରତିଶ୍ରୁତି ପୂରଣ କଲା ନାହିଁ। ୨ବର୍ଷ ହୋଇଗଲା ଚାଷୀଙ୍କ ପାଇଁ ଦିଲ୍ଲୀ ଦରବାର ୨ମିନିଟ ସମୟ ଦେଲା ନାହିଁ। କେନ୍ଦ୍ରରେ ଥିବା ୨ ଓଡିଆ କେନ୍ଦ୍ରମନ୍ତ୍ରୀ ମୁହଁ ଖୋଲିଲେ ନାହିଁ। ନିର୍ବାଚନ ଆସିବାରୁ କେନ୍ଦ୍ରମନ୍ତ୍ରୀ ବର୍ତ୍ତମାନ ଓଡିଶା ମୁହାଁ ହେଉଛନ୍ତି। ଏବେ ଆସୁଛନ୍ତି ପରେ ଆଉ ଦେଖା ମିଳିବନି। କିନ୍ତୁ ମୁଁ ଶେଷ ନିଶ୍ବାସ ପର୍ଯ୍ୟନ୍ତ ଆପଣଙ୍କ ସେବା କରିବି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories