ଭୁବନେଶ୍ଵର: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ପ୍ରବଳ ଖରା ତାତିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି। ଏପ୍ରିଲ ୧୮ ତାରିଖରୁ ଖରାଛୁଟି ପାଇଁ ଘୋଷଣା କରାଯାଇଛି। ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣପଦ ସେଠୀ ମଙ୍ଗଳବାର ଏ ନେଇ ସୂଚନା ଦେଇଛନ୍ତି। ଫଳରେ ଆସନ୍ତା ୧୮ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ରହିବ। କେବେ ସ୍କୁଲ ଖୋଲିବ ସେ ନେଇ କୌଣସି ସୂଚନା ଦିଆଯାଇ ନାହିଁ।
Popular Categories



