www.samajalive.in
Monday, December 8, 2025
24.1 C
Bhubaneswar

ରାଜଧାନୀରେ ନିର୍ବାଚନୀ ହିଂସା; ପ୍ରଚାର ବେଳେ ବିଜେପିର କର୍ମୀଙ୍କୁ ଆକ୍ରମଣ ଅଭିଯୋଗ, ୯ଜଣ ଆହତ

ଭୁବନେଶ୍ବର : ଭୁବନେଶ୍ବରର ନୀଳାଦ୍ରି ବିହାର ମଙ୍ଗଳା ବସ୍ତିରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ନିର୍ବାଚନ ପ୍ରଚାର ବେଳେ ବିଜେପି କର୍ମୀଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ବିଧାୟିକା ପ୍ରାର୍ଥୀ ଅପରାଜିତା ମହାନ୍ତିଙ୍କ ପାଇଁ ପ୍ରଚାର ବେଳେ ବିଜେପି କର୍ମୀଙ୍କ ଉପରକୁ ଆକ୍ରମଣ କରାଯାଇଥିଲା। ଫଳରେ ୯ଜଣ କର୍ମୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି। ଆକ୍ରମଣରେ ଭୁବନେଶ୍ବର ଜିଲା ସାଧାରଣ ସମ୍ପାଦକ ସୁଶାନ୍ତ ସାବତ ଓ ଚନ୍ଦ୍ରଶେଖରପୁର ମଣ୍ଡଳ ସଭାନେତ୍ରୀ ମାନସୀ ମଞ୍ଜରୀ ରାୟ ପାଢୀ ଗୁରୁତର ଥିବା ସୂଚନା ମିଳିଛି। ଏନେଇ ବିଜେପି କର୍ମୀମାନେ ଚନ୍ଦ୍ରଶେଖରପୁର ଥାନାରେ ଅଭିଯୋଗ କରିଛନ୍ତି। ବିଜେଡି ପକ୍ଷରୁ ଆକ୍ରମଣ କରାଯାଇଥିବା ବିଜେପି କର୍ମୀମାନେ ଅଭିଯୋଗ କରିଛନ୍ତି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories