www.samajalive.in
Wednesday, December 10, 2025
14.1 C
Bhubaneswar

ଗୁରୁବାର ୨ୟ ପର୍ଯ୍ୟାୟ ନିର୍ବାଚନ; ୫ ଲୋକସଭା, ୩୫ ବିଧାନସଭା କ୍ଷେତ୍ରରେ ହେବ ଭୋଟଗ୍ରହଣ

ଭୁବନେଶ୍ଵର: ୧୮ ତାରିଖ ଅର୍ଥାତ୍‌ ଗୁରୁବାର ଦିନ ରାଜ୍ୟରେ ୨ୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଏବଂ ଆସିକା ଲୋକସଭା ଆସନ ସମେତ ଏହା ଅନ୍ତର୍ଗତ ୩୫ଟି ବିଧାନସଭା କ୍ଷେତ୍ରରେ ଭୋଟଗ୍ରହଣ ଅନୁଷ୍ଠିତ ହେବ। ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ବୁଧବାର ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

ସୂଚନା ମୁତାବକ, ବିଧାନସଭା ଆସନ ପାଇଁ ମୋଟ ୨୪୪ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। ଏହି ପର୍ଯ୍ୟାୟରେ ମୋଟ ୭୬ ଲକ୍ଷ ୯୩ ହଜାର ୧୨୩ ଭୋଟର ମତଦାନ କରିବେ। ସେମାନଙ୍କ ମଧ୍ୟରେ ପୁରୁଷ ଭୋଟର ସଂଖ୍ୟା ୩୯ ଲକ୍ଷ ୪୫ ହଜାର ୨୫ ଏବଂ ମହିଳା ଭୋଟର ସଂଖ୍ୟା ୩୭ ଲକ୍ଷ ୪୭ ହଜାର ୪୯୩ ରହିଛି। ନିର୍ବାଚନ କାର୍ଯ୍ୟ ପାଇଁ ୬୦ ହଜାରରୁ ଅଧିକ ପୋଲିଂ ଅଧିକାରୀ ନିୟୋଜିତ ହୋଇଥିବାବେଳେ ୩୭୦୧ଟି ସମ୍ବେଦନଶୀଳ ବୁଥ୍‌ ଚିହ୍ନଟ ହୋଇଛି। ମଦଦାନ ସମୟରେ ଭିଡିଓଗ୍ରାଫି ଏବଂ ଷ୍ଟିଲ ଫଟୋଗ୍ରାଫି ହେବ। ସବୁ ସେକ୍ଟର ଅଫିସରଙ୍କ ଗାଡ଼ିକୁ ଜିପିଏଟ୍‌ ଟ୍ରାକିଂ କରାଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି।

- Advertisement -

୫ ଲୋକସଭା କ୍ଷେତ୍ର ଅଧୀନରେ ଆସୁଥିବା ବିଧାନସଭା ନିର୍ବାଚନମଣ୍ଡଳୀଗୁଡ଼ିକ ହେଉଛି ପଦ୍ମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡ଼ା, ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲ, ରାଉରକେଲା, ରାଜଗାଙ୍ଗପୁର, ବଣେଇ, ବୀରମହାରାଜପୁର, ସୋନପୁର, ଲୋଇସିଂହା, ପାଟଣାଗଡ଼, ବଲାଙ୍ଗୀର, ଟିଟିଲାଗଡ଼, କଣ୍ଟାବାଞ୍ଜି, ବାଲିଗୁଡ଼ା, ଜି. ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ, ଦଶପଲ୍ଲା, ଭଞ୍ଜନଗର, ପୋଲସରା, କବିସୂର୍ଯ୍ୟନଗର, ଖଲ୍ଲିକୋଟ, ଆସିକା, ସୋରଡ଼ା, ସାନଖେମୁଣ୍ଡି ଏବଂ ହିଞ୍ଜିଳି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories