www.samajalive.in
Monday, December 15, 2025
16.1 C
Bhubaneswar

ଏଡିଆର ରିପୋର୍ଟ ; ୨୧% ପ୍ରାର୍ଥୀଙ୍କ ନାଁରେ ରହିଛି ଅପରାଧିକ ମାମଲା

ଭୁବନେଶ୍ୱର : ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସୋସିଏସନ ଫର ଡେମୋକ୍ରାଟିକ ରିଫର୍ମ(ଏଡିଆର) ଏବଂ ନ୍ୟାସନାଲ ଇଲେକ୍ସନ ୱାଚ ପ୍ରାର୍ଥୀମାନଙ୍କ ସମ୍ପର୍କରେ ରିପୋର୍ଟ ପ୍ରକାଶ କରିଛି। ଏହି ରିପୋର୍ଟରେ ପ୍ରାର୍ଥୀମାନଙ୍କ ଅପରାଧିକ, ଆର୍ଥିକ, ଶିକ୍ଷାଗତ ଆଦି ଉପରେ ବିଶ୍ଳେଷଣ କରାଯାଇଛି।
ଏହି ରିପୋର୍ଟରେ ୧୬୧୨ ପ୍ରାର୍ଥୀଙ୍କ ମଧ୍ୟରୁ ୧୫୯୪ ଜଣ ପ୍ରାର୍ଥୀଙ୍କ ସତ୍ୟପାଠ ବିଶ୍ଳେଷଣ କରାଯାଇଛି। ୧୫୯୪ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୩୪୦ ଜଣ(୨୧%) ପ୍ରାର୍ଥୀଙ୍କ ବିରୋଧରେ ଅପରାଧିକ ମାମଲା ରହିଛି। ଏମାନଙ୍କ ମଧ୍ୟରୁ ୨୩୦ଜଣଙ୍କ ନାମରେ ଗୁରୁତର ଅପରାଧିକ ମାମଲା ରହିଛି। ୧୪ ଜଣ ପ୍ରାର୍ଥୀଙ୍କ ବିରୋଧରେ ଅପରାଧ ସାବ୍ୟସ୍ଥ ହୋଇଛି।
ଅପରାଧିକ ମାମଲାକୁ ଦଳ ଭିତ୍ତିରେ ଦେଖିବାକୁ ଗଲେ ସମାଜବାଦୀ ପାର୍ଟି ଏଥିରେ ପ୍ରଥମରେ ରହିଛି। ସମାଜବାଦୀ ପାର୍ଟିର ୧୦ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୫ଜଣଙ୍କ ନାମରେ ଅପରାଧିକ ମାମଲା ରହିଛି। ସେହିପରି କଂଗ୍ରେସର ୯୦ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୪୦ଜଣଙ୍କ ନାମରେ ଅପରାଧିକ ମାମଲା ରହିଛି। ଶିବସେନାର ୨୨ପ୍ରାର୍ଥୀଙ୍କ ମଧ୍ୟରୁ ୭ଜଣଙ୍କ ନାଁରେ ଅପରାଧିକ ମାମଲା ରହିଛି। ବିଜେପିର ୯୭ ପ୍ରାର୍ଥୀଙ୍କ ମଧ୍ୟରୁ ୩୮ ଜଣଙ୍କ ବିରୋଧରେ ଅପରାଧିକ ମାମଲା ରହିଛି। ଅନ୍ୟପକ୍ଷରେ ମୋଟ ୧୫୯୪ ପ୍ରାର୍ଥୀଙ୍କ ମଧ୍ୟରୁ ପ୍ରାୟ ୩୯୨ ଜଣ(୨୫%) ପ୍ରାର୍ଥୀ କୋଟିପତି ରହିଛନ୍ତି।

Hot this week

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

Related Articles

Popular Categories