www.samajalive.in
Monday, December 8, 2025
17.1 C
Bhubaneswar

ବେଦ ପ୍ରକାଶ ଅଗ୍ରୱାଲଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ

ଭୁବନେଶ୍ୱର: ବେଦ ପ୍ରକାଶ ଅଗ୍ରୱାଲଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରି ଟୁଇଟ୍ କରି ଲେଖିଛନ୍ତି ଯେ, ବରିଷ୍ଠ ରାଜନେତା ବେଦ ପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ସେ ଥିଲେ ବିଜୁ ବାବୁଙ୍କ ଘନିଷ୍ଠ ଏବଂ ଦୀର୍ଘ ଦିନ ଧରି ଲୋକଙ୍କ ସେବା କରିଛନ୍ତି। ତାଙ୍କ ପରି ଜଣେ ମାର୍ଗଦର୍ଶକଙ୍କୁ ହରାଇବା ବ୍ୟକ୍ତିଗତ ଭାବେ ମୋ ପାଇଁ ଏବଂ ଦଳ ପାଇଁ ଏକ ଅପୂରଣୀୟ କ୍ଷତି ।

- Advertisement -

ଏହି ଶୋକ ସମୟରେ ସ୍ବର୍ଗୀୟ ବେଦ ପ୍ରକାଶଙ୍କ ପରିବାର ଲୋକଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ କେନ୍ଦ୍ରାପଡ଼ା ଏବଂ ତାଙ୍କୁ ଭଲପାଉଥିବା ଓ ସମ୍ମାନ ଦେଇଆସିଥିବା ପାଟକୁରାବାସୀଙ୍କ ସହ ମୁଁ ଛିଡ଼ା ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ବ୍ୟକ୍ତ କରି ଟୁଇଟ୍‌ କରିଛନ୍ତି,  ବରିଷ୍ଠ ରାଜନେତା ବେଦପ୍ରକାଶ ଅଗ୍ରଓ୍ଵାଲ୍‌ଙ୍କ ମୃତ୍ୟୁ ଖବର ଶୁଣି ମୁଁ ମର୍ମାହତ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସାନ୍ତ୍ୱନା ଜଣାଇବା ସହ ଅମର ଆତ୍ମାର ସଦ୍‌ଗତି କାମନା କରୁଛି ।

ସେହିପରି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ବିଜେପି ରଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ,ବିଜେପି ରାଜ୍ୟ ପ୍ରଭାରୀ ଅରୁଣ ସିଂହ ମଧ୍ୟ ଶୋକ ବ୍ୟକ୍ତ କରିଛନ୍ତି ।

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories