www.samajalive.in
Tuesday, December 9, 2025
26.1 C
Bhubaneswar

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼, ଯୁବକ ମୃତ

ଗଞ୍ଜାମ : ଗଞ୍ଜାମ ଜିଲା ଗୋପାଳପୁର ଥାନା ବଡ଼ଗୁମୁଳା ଗ୍ରାମରେ ବୋମାମାଡ଼ ହୋଇଥିବା ଜଣାପଡ଼ିଛି। ବୋମାମାଡ଼ରେ ଘଟଣାସ୍ଥଳରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ସୁଶାନ୍ତ ସାହୁ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ବୋମାମାଡ଼ ହୋଇଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ସୂଚନା ଯୋଗ୍ୟ, ଯୁବକ ଜଣକ ଶନିବାର ରାତି ପ୍ରାୟ ୮ଟା ସମୟରେ ସୁଶାନ୍ତ ଏକ ଘର ବାହାରେ ବସି ମୋବାଇଲ ଦେଖୁଥିବା ସମୟରେ ମୁଖାପିନ୍ଧି ବାଇକରେ ୪ଜଣ ଦୁର୍ବୃତ୍ତ ଆସି ତାଙ୍କ ଉପରକୁ ବୋମା ପକାଇ ଫେରାର ହୋଇ ଯାଇଥିଲେ। ଫଳରେ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି।

 

Hot this week

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

Related Articles

Popular Categories